Posted inଜାତୀୟ

ନେପାଳରୁ ତାଇଓ୍ବାନ ପାର୍ଯ୍ୟନ୍ତ ଟ୍ରେନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ, କହିଲେ ‘ଭାରତରେ ଟ୍ରେନ ଦୁର୍ଘଟଣା ଦୁଃଖଦ’

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ୯୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ଓଡ଼ିଶାରେ ଏହି ଟ୍ରେନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ପରିସ୍ଥିତି ସୃଷ୍ଟି କରିଛି। ଗତ ୧୨ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ରେଳ ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ଯେ କରମଣ୍ଡଲ ଏକ୍ସପ୍ରେସର ବଗି ଗୁଡିକ ଟ୍ରାକରୁ ଖସିଯିବା ପରେ ଏକ ମାଲଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲେ, ଏହି କାରଣରୁ ମାଲଗାଡିଟି ମଧ୍‌ୟ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ରେଲଓ୍ବେ ପ୍ରବକ୍ତା ଅମିତାଭ ଶର୍ମା କହିଛନ୍ତି ଯେ ପ୍ରଥମେ କରମଣ୍ଡଲ ଏକ୍ସପ୍ରେସ ପ୍ରଥମେ ଟ୍ରାକରୁ ଖସିଯାଇଥିଲା ଓ ଏହାର ୧୦-୧୨ଟି ବଗି ବେଙ୍ଗାଲୁରୁ-ହାୱାର ଏକ୍ସପ୍ରେସ ଟ୍ରାକରେ ପଡିଯାଇଥିଲା।

ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ନେପାଳର ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ ଦହଲ ଟୁଇଟ କରି କହିଛନ୍ତି ଯେ ଆଜି ଭାରତର ଓଡିଶାରେ ଏକ ଟ୍ରେନ ଦୁର୍ଘଟଣାରେ ଶହ ଶହ ଲୋକଙ୍କ ମୃତ୍ୟୁରେ ମୁଁ ଦୁଃଖିତ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି। ଏହା ବ୍ୟତୀତ ଓଡ଼ିଶା ଟ୍ରେନ ଦୁର୍ଘଟଣାରେ ଆମେରିକୀୟ ରାଷ୍ଟ୍ରଦୂତଙ୍କ ପକ୍ଷରୁ ଟୁଇଟୁ କର କୁହାଯାଇଛି କି ପୂର୍ବ ଭାରତରେ ଏକ ଟ୍ରେନ ଦୁର୍ଘଟଣା ଦୁଃଖଦାୟକ।
ଏହା ବ୍ୟତୀତ ତାଇୱାନର ମନ୍ତ୍ରୀ ସାଇ ଇନ ୱେନ ସମବେଦନା ଜଣାଇ କହିଛନ୍ତି ଯେ ମୁଁ ଭାରତରେ ଟ୍ରେନ ଦୁର୍ଘଟଣାରେ ସମସ୍ତ ଲୋକଙ୍କ ପାଇଁ ପ୍ରାର୍ଥନା କରୁଛି। ମୁଁ ପୀଡିତ ଏବଂ ସେମାନଙ୍କ ପରିବାର ପ୍ରତି ମୋର ହୃଦୟରୁ ସମବେଦନା ଜଣାଉଛି। ମୁଁ ଆଶା କରୁଛି ଉଦ୍ଧାର କାର୍ଯ୍ୟ ସମୟରେ ସମସ୍ତଙ୍କୁ ଉଦ୍ଧାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri