Posted inଜାତୀୟ

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରି ଦିଲ୍ଲୀରେ ବିକ୍ଷୋଭ କରିବେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ,୭।୫:ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି। ତେବେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନକୁ ସଂଯୁକ୍ତ କିଷାନ ମୋର୍ଚ୍ଚା ସମର୍ଥନ କରିଛି। କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ଚାଷୀ ରବିବାର ଯନ୍ତରମନ୍ତରରେ ପହଞ୍ଚିବେ। ଧାରଣା ସ୍ଥଳରେ ଖାପ ପଞ୍ଚାୟତ ପକ୍ଷରୁ ମହା ପଞ୍ଚାୟତ ସଭା ହେବ।
ସୂଚନା ଅନୁଯାୟୀ, ୨ ସପ୍ତାହ ଧରି ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ନିକଟସ୍ଥ ରାଜ୍ୟରୁ ଖାପ ପଞ୍ଚାୟତ ନେତା ତଥା କୃଷକ ସଂଗଠନ ସହ ଜଡିତ ବହୁ ସଂଖ୍ୟକ ଲୋକ ଧାରଣା ସ୍ଥଳରେ ପହଞ୍ଚିବେ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମା ଏବଂ ଯନ୍ତରମନ୍ତର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିକ୍ଷୋଭକାରୀଙ୍କ ଚାରିପାଖରେ ଆରଏଏଫ, ସିଆରପିଏଫ ଏବଂ ଦିଲ୍ଲୀ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି। ଏହା ସହିତ ଦିଲ୍ଲୀ ସୀମାରେ ପ୍ରବେଶ କରୁଥିବା ଯାନବାହନଗୁଡିକର ଯାଞ୍ଚକୁ ମଧ୍ୟ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri