ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ ମିଲେସିଆ କମାଣ୍ଡର ନନ୍ଦା। ଉଭୟେ ମାଓବାଦୀ ହିଡ୍‌ମାଙ୍କ ସହଯୋଗୀ ବେଲି ଜଣାପଡିଛି। ପୋଲିସ ସର୍ଚ୍ଚ ଅପରେଶନ ବେଳେ ରାଜେଶ ଓ ନନ୍ଦାଙ୍କୁ ଏନ୍‌କାଉଣ୍ଟର କରିଛି।

ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲା ଚର୍ଲା ମଣ୍ଡଳର ପୁଟାପାଡୁ ଜଙ୍ଗଲରେ ମାଓବାଦୀ ଦମନ ଲାଗି ରବିବାର ପୋଲିସ ସର୍ଚ୍ଚ ଅପରେଶନ ଚଳାଇଥିଲା। ଏହି ସମୟରେ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ପ୍ରଥମେ ଗୁଳି ଚଳାଇଥିଲେ। ଯବାନ ଏହାର ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ପରେ ପୋଲିସ ଗୁଳିର ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ଜଙ୍ଗଲରେ ତଲାସିବେଳେ ଉପରୋକ୍ତ ଦୁଇ ମାଓବାଦୀଙ୍କ ମୃତଦେହ ମିଳିଥିଲା। ଘଟଣାସ୍ଥଳରୁ ଗୋଟିଏ ଏସ୍‌ଏଲ୍‌ଆର ବନ୍ଧୁକ ଓ ଗୋଟିଏ ଦେଶୀ ବନ୍ଧୁକ ଜବତ ହୋଇଛି। ତେଲଙ୍ଗାନାର ଗ୍ରେହାଉଣ୍ଡ ଏବଂ ସ୍ପେଶାଲ ପୋଲିସ ଟିମ୍‌ ପକ୍ଷରୁ ଏହି ଅପରେଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri