ବୃଦ୍ଧାଙ୍କୁ ଗଣବଳାତ୍କାର

ଢେଙ୍କିକୋଟ,୮ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଭଗାମୁଣ୍ଡା ସାପ୍ତାହିକ ହାଟରୁ ଫେରୁଥିବା ଜଣେ ୬୦ ବର୍ଷୀୟା ଆଦିବାସୀ ବୃଦ୍ଧାଙ୍କୁ ଗଣବଳାତ୍କାର ହୋଇଛି। ଏ ନେଇ ହରିଚନ୍ଦନପୁର ଥାନାରେ ବୃଦ୍ଧା ଜଣଙ୍କ ଶନିବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ପୋଲିସ ସୂଚନା ମୁତାବକ, ଗତ ବୁଧବାର ଭଗାମୁଣ୍ଡା ହାଟକୁ ଉକ୍ତ ଥାନା ଅଞ୍ଚଳର ଜନୈକା ଆଦିବାସୀ ବୃଦ୍ଧା ଯାଇଥିଲେ। ଫେରିବା ସମୟରେ ନିଛାଟିଆ ଜଙ୍ଗଲ ମଝିରେ ଥକା ନେଇଥିଲେ। ସେ ସମୟରେ ସ୍ଥାନୀୟ ଅଞ୍ଚଳର ଉତ୍ତମ ଲୋହାର(୩୦) ଓ ମଙ୍ଗଳା ସୋରେନ(୩୨) ବୃଦ୍ଧାଙ୍କ ନିକଟରେ ପହଞ୍ଚତ୍ ତାଙ୍କୁ ଜଙ୍ଗଲକୁ ଟେକିନେଇ ବଳାତ୍କାର କରିଥିଲେ। ପରେ ତାଙ୍କୁ ଧମକ ଦେଇ ସେଠାରେ ଛାଡ଼ି ଚାଲିଯାଇଥିଲେ। ବୃଦ୍ଧା କାନ୍ଦି କାନ୍ଦି ଆସି ଘରେ ପହଞ୍ଚତ୍ ସବୁକଥା କହିଥିଲେ। ପରିବାର ଲୋକେ ଅଭିଯୁକ୍ତଙ୍କ ଘରେ ଜଣାଇବା ସହ ଗ୍ରାମରେ ଜଣାଇ ନ୍ୟାୟ ଭିକ୍ଷା କରିଥିଲେ। ମାତ୍ର ଅଭିଯୁକ୍ତମାନେ ଫେରାର ହୋଇଯିବାରୁ ଶନିବାର ବୃଦ୍ଧା ହରିଚନ୍ଦନପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ହରିଚନ୍ଦନପୁର ଥାନା ଅଧିକାରୀ ଓ ଏସ୍‌ଡିପିଓ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଏ ନେଇ ଥାନାରେ ମାମଲା(ନଂ.୬୨/୨୩) ରୁଜୁ ହୋଇଛି। ପରେ ବୃଦ୍ଧାଙ୍କ ଡାକ୍ତରୀମାଇନା କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରଫୁଲ୍ଲ କୁମାର ବାର୍ଲା କହିଛନ୍ତି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri