ଇଣ୍ଡିଆନ୍‌ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୮।୫: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ପ୍ରଦୀପ୍ତ କୁମାର ରଥ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ରଥ ଆଲ୍ଲାହାବାଦସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ। ଉଲ୍ଲେଖଯୋଗ୍ୟ, ୧୯୯୩ ରେ ରଥ ବ୍ୟାଙ୍କରେ ଯୋଗଦେବା ସହ ପଶ୍ଚିମବଙ୍ଗ, ଓଡ଼ିଶା, କର୍ନାଟକ, କେରଳ ଓ ଉତ୍ତର ପ୍ରଦେଶ ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦପଦବୀରେ ରହି ଦକ୍ଷତାର ସହ କାର୍ଯ୍ୟକରି ଅଭିଜ୍ଞତା ହାସଲ କରିଛନ୍ତି। ସେହିଭଳି ରଥ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ପ୍ରାୟ ୨୫ ବର୍ଷ ଶାଖା ସ୍ତରରେ କାର୍ଯ୍ୟକରି ଗ୍ରାହକମାନଙ୍କ ସହ ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନ କରିପାରିଛନ୍ତି। ଏପରିକି ସେ ରିଟେଲ, କୃଷି, ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଗୁରୁତ୍ୱ ଦେବା ସହ ଉନ୍ନତମାନର ଗ୍ରାହକ ସେବା ଯୋଗାଇ ଦେବା ତାଙ୍କର ମୂଳଲକ୍ଷ୍ୟ ହେବ ବୋଲି ରଥ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ବ୍ୟାଙ୍କର ୫୩ଟି ଶାଖା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri