ସ୍କୁଲ ଉନ୍ନତି ପାଇଁ ଦାନ କଲେ ପେନ୍‌ସନ ଟଙ୍କା

ଭଦ୍ରକ ଅଫିସ,୮।୫: ଦିନେ ଯେଉଁ ସ୍କୁଲରେ ସେ ପଢ଼ୁଥିଲେ, ତାହାର ଉନ୍ନତି ପାଇଁ ନିଜର ପେନ୍‌ସନ ଟଙ୍କା ଦାନ କରିଛନ୍ତି। ବିଦ୍ୟାଳୟର ବିକାଶ ନିମନ୍ତେ ପେନ୍‌ସନ ଟଙ୍କାରୁ ୧ ଲକ୍ଷ ସହାୟତା ପ୍ରଦାନ କରି ଏବେ ଚର୍ଚ୍ଚାରେ ରହିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ବାହାରିବିଲ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ପରମାନନ୍ଦ ନାୟକ(୭୯)। ସେ ଏହି ବ୍ଲକର ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ମୋ ସ୍କୁଲ ଅଭିଯାନରେ ଟଙ୍କା ଦାନ କରିଛନ୍ତି।
ପରମାନନ୍ଦ ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପାଠ ପଢ଼ିଥିଲେ। ସେଠାରୁ ପଢ଼ା ଶେଷ ପରେ ଉଚ୍ଚଶିକ୍ଷା ଲାଭ କରିଥିଲେ। ତା’ପରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ଏହି ବ୍ଲକର ଗୋପବନ୍ଧୁନଗର ହାଇସ୍କୁଲରେ ଶିକ୍ଷକତା କରି ୨୦୦୩ରେ  ଅବସର ନେଇଥିଲେ। ସେ କହନ୍ତି, ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପଢ଼ିବା ବେଳେ ବିଭିନ୍ନ ଅଭାବ ଅନୁଭବ କରିଥିଲେ। ସେହି ଅଭାବକୁ ଦୂର କରିବା ପାଇଁ ଭାବିଥିଲେ। ୫-ଟି ଯୋଜନାରେ ଏହି ସ୍କୁଲ ସାମିଲ ହୋଇ ନ ଥିବାରୁ ସ୍ମାର୍ଟ କ୍ଲାସରୁମ୍‌ ତଥା ଅନ୍ୟାନ୍ୟ ସୁବିଧା ସୁଯୋଗରୁ ପିଲାମାନେ ବଞ୍ଚତ୍ତ ହୋଇଛନ୍ତି। ଏଣୁ ଏହି ବିଦ୍ୟାଳୟରେ ସ୍ମାର୍ଟ କ୍ଲାସରୁମ୍‌ ପାଇଁ ସେ ଏଭଳି ପଦକ୍ଷେପ ନେଇଛନ୍ତି। ଏଥିପାଇଁ ସେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ଫୋନ୍‌ ମାଧ୍ୟମରେ ଯୋଗାଯୋଗ କରିଥିଲେ। ଶନିବାର କାର୍ଯ୍ୟାଳୟକୁ ଆସି ଜିଲାପାଳଙ୍କ ଜରିଆରେ ଉକ୍ତ ସ୍କୁଲକୁ ୧ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ତାଙ୍କର ଏହି ବଦାନ୍ୟତା ପାଇଁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମହାନ୍ତିଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ ପରିଚାଳନା କମିଟି ସଦସ୍ୟ କୃତଜ୍ଞତା ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri