ରାଶିଫଳ: ମଙ୍ଗଳବାର , ମେ ୯ ତାରିଖ – Daily Horoscope

ମେଷ
ଆଜି ଭାଇ, ବନ୍ଧୁ, ସମ୍ପର୍କୀୟ କିମ୍ବା ଆମତ୍ୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଗତକାଲିଠାରୁ ସ୍ଥିର କରିଥିବା ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଘଟିପାରେ। ଅଯଥା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। ସତ୍‌ସଙ୍ଗ ଓ ବନ୍ଧୁମିଳନ କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମିଥୁନ
ମିଥୁନ
ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ ରଖିବ। ବହୁ ଦିନରୁ ଚେଷ୍ଟା କରି ମଧ୍ୟ ପାଇ ନ ଥିବା ପ୍ରାପ୍ୟଧନ ଆଜି ସନ୍ଧ୍ୟାରେ ପାଇବେ। ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ। କିନ୍ତୁ ଏହା ସାଙ୍ଗକୁ ପାଖରେ ଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
କର୍କଟ
କର୍କଟ
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଅତିବାହିତ ହେବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସାକରି ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। କଚେରି ମାମଲା,ଜମିଜମା ସମ୍ପର୍କିତ ବିବାଦୀୟ ଘଟଣାରେ ବିଜୟୀ ହେବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନ ଭଲ ରହିବ ନାହିଁ। ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ସାମାଜିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ, ନିଜ ପାଇଁ କ୍ଷତିର କାରଣ ହେବ।
କନ୍ୟା
ପ୍ରତ୍ୟେକ କାମ ସମସ୍ୟା ବିଜଡ଼ିତ ସାଙ୍ଗକୁ ବହୁ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢ଼ିଯିବ। ବନ୍ଧୁଙ୍କ ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ୍ୱ ଲାଗିଯାଇପାରେ। ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଯାତ୍ରା, ବ୍ୟବସାୟ, ନିର୍ମାଣ, ପ୍ରଶାସନ ଓ ଆଇନ ଅଦାଲତରେ କାମର ଚାପ ବୃଦ୍ଧି ପାଇପାରେ।
ତୁଳା
ତୁଳା
ଆଜି ଦିନଟିରେ ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ସାଙ୍ଗସାଥୀଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଚିତ୍ରା ନକ୍ଷତ୍ରର ଆର୍ଥିକ ଅନଟନ ଓ ସ୍ଥାନ ବଦଳିବା କାରଣରୁ ଦୁଶ୍ଚିନ୍ତା ବଢ଼ିଯିବ।
ବିଛା
ବିଛା
କର୍ମକ୍ଷେତ୍ରର ଚାପ ବୃଦ୍ଧି କାରଣରୁ ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ବିବାଦୀୟ ଘଟଣାରୁ ଦୂରେଇରହିବା ଭଲ ହେବ, ନତୁବା ନିଜେ ସମସ୍ୟା ଭିତରକୁ ଟାଣିହୋଇପାରନ୍ତି। ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତାରୁ ପଡ଼ିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ।
ଧନୁ
ଧନୁ
ପାରିବାରିକ କଳହ କିମ୍ବା ପୂର୍ବ ଶତ୍ରୁତାକୁ ନେଇ ମନ ଭଲ ରହିବ ନାହିଁ। ଭ୍ରମଣ, ରାଜନୀତି, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ ପାଇଁ ଆଜି ଦିନଟି ବହୁତ ଭଲ। ପାଖ ପଡ଼ୋଶୀଙ୍କ ମୁହଁରୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ବନ୍ଧୁମାନଙ୍କୁ ସୁପରାମର୍ଶ, ଶିକ୍ଷା, ପରୀକ୍ଷା ତଥା ଆନୁଷ୍ଠାନିକ କ୍ଷେତ୍ରରେ କୃତିତ୍ୱରୁ ପ୍ରଶଂସିତ ହେବେ। କିନ୍ତୁ ପାରିବାରିିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡ଼ିବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ଆଜିର ଏକାଦଶସ୍ଥ ଚନ୍ଦ୍ର ଭଲ ବଦଳରେ କିଛି ପ୍ରାପ୍ୟଧନକୁ ନେଇ କଳହ ସୃଷ୍ଟି କରାଇବେ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଆଶଙ୍କାକୁ ଏଡ଼ି ହେବ ନାହିଁ। ଜମିଜମା, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ବାଦବିବାଦର ଆପୋସ ସମାଧାନ ଘଟିବ ଓ ଶତଭିଷା ବିଜୟୀ ହେବେ।
ମୀନମୀନ
ସାମାଜିକ ସ୍ତରରେ ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ ନତୁବା ଅନୁତାପ କରିବାକୁ ପଡ଼ିବ। ଆଲୋଚନା, ସଭାସମିତି, କ୍ରୀଡ଼ା,କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri