Posted inଜାତୀୟ

ଟେରର ଫଣ୍ଡିଂ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, କଶ୍ମୀରରୁ ତାମିଲନାଡୁ ପର୍ଯ୍ୟନ୍ତ ଚଢାଉ

ନୂଆଦିଲ୍ଲୀ,୯।୫: ଟେରର ପଣ୍ଡିଂକୁ ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ଆକ୍ସନରେ। ଜମ୍ମୁ-କଶ୍ମୀରର କିଛି ସ୍ଥାନରେ ମଙ୍ଗଳବାର ଏନଆଇଏ ଦ୍ୱାରା ଚଢାଉ କରାଯାଇଛି। ଶ୍ରୀନଗର, ଅନନ୍ତନାଗ, କୁପଓ୍ବାଡା, ଶୋପିଆନ, ରାଜୌରି ଓ ପୁଞ୍ଛରେ ଏନଆଇଏ ଟିମ ଚଢାଉ ପାଇଁ ପହଞ୍ଚିଛନ୍ତି। ହେଲେ ଏବେ ପର୍ଯ୍ୟନ୍ତ କାହାକୁ ଅଟକ ରଖାଯାଇଥିବା ଖବର ମିଳିନାହିଁ। ତାମିଲନାଡୁରେ ବି ଚଢାଉ ଅଭିଯାନ ଜାରି ରହିଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ମେ’ ୨ରେ ଜମ୍ମୁ-କଶ୍ମୀରର ୬ ଜିଲାର ୧୨ଟି ସ୍ଥାନରେ, ପୀର ପଞ୍ଜାଲ ଅଞ୍ଚଳ, ମଧ୍ୟ ଓ ଦକ୍ଷିଣ କଶ୍ମୀରର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। କୁହାଯାଉଛି କି ଆତଙ୍କବାଦୀ ତଥା ବିଦ୍ରୋହୀ କାର୍ଯ୍ୟକଳାପ ପାଇଁ ଅପରାଧିକ ଷଡଯନ୍ତ୍ର ରଚିଥିବା ବିଦ୍ରୋହୀ ନେଟୱାର୍କ ତଥା ଅନ୍ୟାନ୍ୟ ପ୍ରସଙ୍ଗରେ ଏହି ଚଢାଉ ଏକ ବଡ଼ ଧରଣର କଟକଣା।
ଏହା ବ୍ୟତୀତ ତାମିଲନାଡୁର ୧୦ ରୁ ଅଧିକ ସ୍ଥାନରେ ଏନଆଇଏର ଚଢାଉ ଚାଲିଛି। ପ୍ରକାଶ ଯେ, ଯାଞ୍ଚ ଏଜେନ୍ସି ପିଏଫଆଇ ସହିତ ଜଡିତ କେତେକ ବ୍ୟକ୍ତି ଏବଂ ନେତାଙ୍କ ସ୍ଥାନ ଉପରେ ଚଢାଉ କରାଯାଉଛି। ଏହି ମାମଲାରେ ପୂର୍ବରୁ ଦିଆଯାଇଥିବା ଏଫଆଇଆର ଯାଞ୍ଚ ସମୟରେ ଏହି ଚଢାଉ କରାଯାଉଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମୟରେ, ସାରା ଦେଶରୁ ୧୦୬ ଜଣ ପିଏଫଆଇ ସଦସ୍ୟଙ୍କୁ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri