‘୫ ବର୍ଷ ହେଲା ବସିନି ବୈଠକ’

ଭୁବନେଶ୍ବର,୧୦ା୫(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓଡ଼ିଶା ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ। ଏହି ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା। ସେବେଠାରୁ ଜନସାଧାରଣଙ୍କ ଏକ ବଡ଼ ଦାବି ହେଉଛି, ସରକାର ରତ୍ନଭଣ୍ଡାର ଖୋଲନ୍ତୁ ଏବଂ ଭିତରେ ଥିବା ଅଳଙ୍କାର ସୁରକ୍ଷିତ ଅଛି ନା ନାହିଁ ତାହା ସ୍ପଷ୍ଟ କରନ୍ତୁ। ଏବେ ସୂଚନା ଅଧିକାର ଆଇନ ବଳରେ ରତ୍ନଭଣ୍ଡାର ସମ୍ପର୍କରେ ଯେଉଁ ତଥ୍ୟ ଆସିଛି ତାହା ଯେତିକି ଚିନ୍ତାଜନକ ତା’ଠାରୁ ଅଧିକ ଭୟଙ୍କରା ସୂଚନା ଅଧିକାର ଆଇନ ଆଧାରରେ ଆଇନ ବିଭାଗକୁ ପଚରାଯାଇଥିବା ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସରକାର କହୁଛନ୍ତି, ରତ୍ନଭଣ୍ଡାର ଚାବି ହଜିବା ଓ ଖୋଲିବା ନେଇ ଆଇନ ବିଭାଗ ୨୦୧୮ରୁ ଆଜି ପର୍ଯ୍ୟନ୍ତ ସେପରି କୌଣସି ବୈଠକ କରିନାହିଁ। ସରକାର ୫ ବର୍ଷରେ ଗୋଟିଏ ହେଲେ ବୈଠକ ନ କରିପାରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଏହା ଜଗନ୍ନାଥ ବିରୋଧୀ ମାନସିକତାର ପ୍ରତିଫଳନ ବୋଲି ଭାଜପା ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅନିଲ କହିଛନ୍ତି, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୬୦ର ଧାରା ୬ର ଉପଧାରା ୧ ଅନୁସାରେ ରତ୍ନଭଣ୍ଡାରର ଭିତର ଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ହେଉଛନ୍ତି କ୍ଷମତାପ୍ରାପ୍ତ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଆଇନ ବିଭାଗ ଅଧୀନରେ ଆସୁଛି। ଶ୍ରୀମନ୍ଦିର ପରିଚାଳନାର ସବୁକିଛି ପାଇଁ ରାଜ୍ୟ କ୍ୟାବିନେଟ, ବିଧାନସଭା, ନ୍ୟାୟାଳୟ ସବୁଠି ଆଇନ ବିଭାଗ ଉତ୍ତରଦାୟୀ। ରତ୍ନଭଣ୍ଡାର ଚାବି ହଜିବା ଘଟଣା ୨୦୧୮ରୁ ଆଜି ପର୍ଯ୍ୟନ୍ତ ଚର୍ଚ୍ଚାରେ ରହି ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri