Posted inଖେଳ

ପଞ୍ଜାବ ୧୦-୧ରେ ବିଜୟୀ

ଭୁବନେଶ୍ୱର, ୧୦।୫(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ ଗୁଡ଼ିକ ମଧ୍ୟରେ ପଞ୍ଜାବ, ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ଼ ଓ ତେଲଙ୍ଗାନା ଦଳ ବିଜୟ ହାସଲ କରିଛି। ଦିବସର ପ୍ରଥମ ମ୍ୟାଚରେ ପଞ୍ଜାବ ୧୦-୧ ଗୋଲରେ ମଣିପୁରକୁ ହରାଇ ଦେଇଛି। ବିଜୟୀ ଦଳ ପକ୍ଷରୁ ତନୁ ରାଣୀ ୧୬, ୪୩ ଓ ୫୮ତମ ମିନିଟରେ ୩ ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିବାବେଳେ ହରଜୋତ କୌର ୪ ଓ ୫୩, ମସ୍କିନପ୍ରୀତ କୌର ୧୪ ଓ ୬୦ ଏବଂ ଶରନଜିତ କୌର ୧୯ ଓ ୫୦ତମ ମିନିଟରେ ୨ଟି ଲେଖାଏ ଏବଂ ସାନ୍ନା ୫୫ତମ ମିନିଟରେ ଗୋଟିଏ ଗୋଲ ଦେଇତ୍ଥଲେ। ମଣିପୁର ଅଧିନାୟିକା ମୁତୁମ ପ୍ରୀୟା ଦେବୀ ୧୫ତମ ମିନିଟରେ ଗୋଟିଏ ଗେଳଲ ପରିଶୋଧ କରିଥିଲେ। ଦ୍ୱିତୀୟ ଗେମ୍‌ରେ ଆନ୍ଧ୍ର ପ୍ରଦେଶ ୫-୦ ଗୋଲରେ ଗୁଜରାଟକୁ ହରାଇଛି। ଆନ୍ଧ୍ର ପ୍ରଦେଶ ପକ୍ଷରୁ କୁପ୍ପା ତୁଲସୀ ୧୨ ଓ ୫୮ ଏବଂ ଅଧିନାୟିକା ବୋମ୍ମୁ ଅଙ୍କିତା ୫୩ ଓ ୫୮ତମ ମିନିଟରେ ୨ଟି ଲେଖାଏ ଗୋଲ ଦେଇଥିବାବେଳେ ରଗୁଲା ନାଗମଣୀ ୪୩ତମ ମିନିଟରେ ଗୋଟିଏ ଗୋଲ ସ୍କୋର କରିଥିଲେ।
ତୃତୀୟ ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ଏଥିରେ ଚଣ୍ଡିଗଡ଼ ୩-୨ ଗୋଲରେ ବିହାରକୁ ପରାସ୍ତ କରିଥିଲା। ଚଣ୍ଡିଗଡ଼ ପକ୍ଷରୁ ତମନ୍ନା ୮ ଓ ୨୦ତମ ମିନିଟରେ ୨ଟି, ପୂଜା ୧୩ତମ ମିନିଟରେ ଗୋଟିଏ ଏବଂ ବିହାରର ଶାନ୍ତି କୁମାର ୧୧ ଓ ୩୯ତମ ମିନିଟରେ ୨ଟି ଗୋଲ ଦେଇଥିଲେ। ୪ର୍ଥ ମ୍ୟାଚରେ ତେଲଙ୍ଗାନା ୨-୦ରେ ଗୋଆକୁ ପରାସ୍ତ କରିଛି। ବିଜୟୀ ଦଳର କାଞ୍ଚାର୍ଲା ଅକ୍ଷୟା ୪୨ ଓ ଅଧିନାୟିକା କେଥବଥ ଅନିତା ୫୫ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri