୨ ଏକର ଲେଖାଏ ଜମି ନିରୂପଣ ନିଷ୍ପତ୍ତି: ଖୋଲିବ ୭୯ ନୂଆ ଲ୍ୟାମ୍ପସ୍‌

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୨ା୫: ରାୟଗଡ଼ା ଜିଲାରେ ୭୯ଟି ନୂତନ ଲ୍ୟାମ୍ପସ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ଦୁଇଟି ପଞ୍ଚାୟତକୁ ନେଇ ଗୋଟିଏ ଲେଖାଏ ଲ୍ୟାମ୍ପସ୍‌ ଗଠନ କରି କୃଷିଜନିତ ସମସ୍ୟା ଦୂରୀକରଣ କରିବା ପାଇଁ ସରକାର ଏଭଳି ନିଷ୍ପତ୍ତିନେଇଛନ୍ତି। ଲ୍ୟାମ୍ପ ପ୍ରତିଷ୍ଠା ପାଇଁ ଆବଶ୍ୟକୀୟ ସମସ୍ତ ଭିତ୍ତିଭୂମି ସରକାର ପ୍ରଦାନ କରିବେ। ପ୍ରତି ଲ୍ୟାମ୍ପ ପାଇଁ ଦୁଇ ଏକର ଲେଖାଏ ଜମି ପ୍ରଦାନ କରିବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ହୋଇଛି। ତହସିଲ ପକ୍ଷରୁ ଜମିର ସ୍କେଚ ମ୍ୟାପ ପ୍ରଦାନ କରାଯିବା ପରେ ସେଠାରେ କାର୍ଯ୍ୟାଳୟ ଓ ଗୋଦାମ ନିର୍ମାଣ କରାଯିବ। ଏଥିସହ ବର୍ତ୍ତମାନ ଯେଉଁସବୁ ଲ୍ୟାମ୍ପସ ରହିଛି, ତାହାର ଜମି ପଟ୍ଟା ପ୍ରଦାନ ପାଇଁ ମଧ୍ୟ ସରକାର ରାଜସ୍ବ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋରାପୁଟ ସମବାୟ ବ୍ୟାଙ୍କ ସଭାପତି ଈଶ୍ୱର ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଅପରପକ୍ଷରେ ଚାଷୀଙ୍କ ପାଇଁ ସମସ୍ତ ସରକାରୀ ଯୋଜନା କିଭଳି ସମବାୟ ବିଭାଗ ଜରିଆରେ ଠିକ୍‌ ଭାବରେ କାର୍ଯ୍ୟ କରିବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟତଃ ଆଗାମୀ ଖରିଫ ଋତୁରେ ବିହନ ଓ ସାର ଯୋଗାଣକୁ ନେଇ ସଭାପତି ସମୀକ୍ଷା କରିଥିଲେ। ସେହିଭଳି କାଳିଆ ଓ ବଳରାମ ଯୋଜନାରେ ଚାଷୀଙ୍କର ସମସ୍ତ ସମସ୍ୟା ସମାଧାନ କରିବା ପାଇଁ ଲ୍ୟାମ୍ପସ୍‌ କତ୍ତୃପକ୍ଷଙ୍କୁ କୁହାଯାଇଛି। ଲ୍ୟାମ୍ପସ୍‌ଗୁଡ଼ିକର ସମସ୍ତ ନଥିପତ୍ର ଠିକ କରିବା ସହିତ ଆୟକର ବିଭାଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ବ୍ୟାଙ୍କ ନିର୍ଦ୍ଦେଶକ ବି. ତିରୁପତି, ଜଗନ୍ନାଥ ନୁଣ୍ଡୃକା, ବୃନ୍ଦାବନ ଶବର, ଏଆରସିଏସ କିଆପିଲି ଶବର, ବ୍ୟାଙ୍କ ସମ୍ପାଦକ କୃଷ୍ଣଚନ୍ଦ୍ର ଦାନି ସମେତ ସମସ୍ତ ବ୍ୟାଙ୍କ ମ୍ୟାନେଜର ଓ ଲ୍ୟାମ୍ପସ୍‌ ପରିଚାଳନା ନିର୍ଦ୍ଦେଶକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri