ସକାଳ ୮ଟାରେ ପୋଷ୍ଟାଲ ବାଲଟ ଗଣତି

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ମତଦାନ ହାର ୭୯.୨୧ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ସେ ଭୋଟ ଗଣତି ସମ୍ପର୍କରେ ଏକ ସମୀକ୍ଷା କରିଛନ୍ତି। ଭିଡିଓ କନ୍‌ଫରେନ୍ସରେ ସେ ଜିଲାପାଳ, ଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ୧୩ରେ ଅନୁଷ୍ଠିତ ହେବାକୁ ଥିବା ଭୋଟ ଗଣତି ସମ୍ପର୍କରେ ଆଲୋଚନା କରିଛନ୍ତି । ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ପରିସରରେ ଶନିବାର ସକାଳ ୮ ଘଟିକା ସମୟରେ ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନିଟ୍‌ରେ ଇଭିଏମ୍‌ ଗଣତି ଆରମ୍ଭ ହେବ। ଭୋଟ ଗଣତି ନିମନ୍ତେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିବା ଜିଲା ପ୍ରଶାସନ ତରଫରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜିଲା ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି। ଭୋଟ ଗଣତି କେନ୍ଦ୍ର ଚତୁଃପାର୍ଶ୍ୱରେ ସେଦିନ ସମ୍ଭାବ୍ୟ ଜନଗହଳିକୁ ପରିଚାଳନା ସହ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଜିଲାପାଳ ଆବୋଲି ଏସ୍‌. ନର୍‌ୱାଣେ, ଜିଲା ଆରକ୍ଷୀ ଅଧୀକ୍ଷକ ସ୍ମିଥ୍‌ ପି. ପୁରୁଷୋତ୍ତମ ଦାସ, ଅତିରିକ୍ତ ଜିଲାପାଳ ପ୍ରବୀର କୁମାର ନାୟକ ଓ ଲଙ୍କେଶ୍ୱର ଅମାତ, ଉପଜିଲାପାଳ ରିଟର୍ନିଂ କିଶୋର ଚନ୍ଦ୍ର ସ୍ବାଇଁ, ଡିଆଇଓ, ଏନ୍‌ଆଇସି ଅକ୍ଷୟ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri