ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଓଡ଼ିଶା ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଦି ଇକୋନୋମିକ୍‌ ଟାଇମ୍ସର ମିଳିତ ଆନୁକୂଲ୍ୟରେ ‘ଟ୍ରାନ୍ସଫର୍ମିଂ ଓଡ଼ିଶା କନ୍‌କ୍ଲେଭ’ର ଦ୍ୱିତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଆଭାସି ଜରିଆରେ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହିତ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ଦଶନ୍ଧି ମଧ୍ୟରେ ଓଡ଼ିଶା ଭାରତର ଏକ ଅଗ୍ରଣୀ ଅଭିନବ କେନ୍ଦ୍ର ଏବଂ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଭାବେ ଉଭା ହୋଇଛି। ଇନ୍‌ଫୋସିସ୍‌, ଟିସିଏସ୍‌, ଟେକ୍‌ ମହିନ୍ଦ୍ରା ଭଳି ବଡ଼ ବଡ଼ ଆଇଟି କମ୍ପାନୀ ରାଜ୍ୟରୁ ସଫ୍ଟୱେର ରପ୍ତାନିରେ ଯୋଗଦାନ କରୁଥିବାରୁ ଦୀର୍ଘବର୍ଷ ଧରି ସେମାନେ କ୍ରମାଗତ ଅଭିବୃଦ୍ଧି କରୁଛନ୍ତି।
ଗତ କିଛିବର୍ଷ ମଧ୍ୟରେ ଅନେକ ଘରୋଇ ଆଇଟି କମ୍ପାନୀ ବ୍ୟବସାୟିକ ପରିପକ୍ବତା, ବଜାର ଅଧିଗ୍ରହଣ ଏବଂ ଗୁଣାତ୍ମକମାନ ଦୃଷ୍ଟିରୁ ମୂଲ୍ୟ ଶୃଙ୍ଖଳାରେ ଉନ୍ନତି ଆଣିଛନ୍ତି। ଏହା ରାଜ୍ୟର ଆଇଟି କ୍ଷେତ୍ରର ରୂପାନ୍ତରଣର ଏକ ସ୍ପଷ୍ଟ ସଙ୍କେତ। ସୂଚନା ପ୍ରଯୁକ୍ତିବିଦ୍ୟା ପାଇଁ ଆମର ପ୍ରଗତିଶୀଳ ନୀତି ଢାଞ୍ଚା ଅନେକ ଆଗଧାଡ଼ିର ଆଇଟି ଏବଂ ଆଇବିଏମ୍‌, ଡେଲୋଇଟ୍‌ ଏବଂ କନ୍‌ସେଣ୍ଟ୍ରିକ୍ସ ଭଳି ବହୁରାଷ୍ଟ୍ରୀୟ କମ୍ପାନୀଗୁଡ଼ିକୁ ରାଜ୍ୟକୁ ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ରାଜ୍ୟର ଯୁବତୀଯୁବକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା ଉପରେ ମୋ ସରକାର ଗୁରୁତ୍ୱ ଦେଉଛି। ରାଜ୍ୟକୁ ୧୦.୫ ଲକ୍ଷ କୋଟିରୁ ଅଧିକ ପୁଞ୍ଜିନିବେଶ ଆକୃଷ୍ଟ କରିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୨ର ବଡ଼ ସଫଳତା। ବିଶ୍ବସ୍ତରୀୟ ଦକ୍ଷତା, ନୂଆ ଦକ୍ଷତା ଏବଂ ଉନ୍ନତ ଦକ୍ଷତା କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ଆମର ପ୍ରତିଭା ସମ୍ବଳମାନକୁ ଗୁଣାତ୍ମକ ଏବଂ ସଂଖ୍ୟାତ୍ମକ ଭାବରେ ସୁଦୃଢ଼ କରୁଛୁ, ଯାହାଦ୍ୱାରା ଶିଳ୍ପକୁ ମାନବ ସମ୍ବଳ ନିଯୁକ୍ତି ପାଇଁ ଅଧିକ ଦୂରକୁ ଚାହିଁବାକୁ ପଡ଼ିବ ନାହିଁ।
ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ସ୍ବତନ୍ତ୍ର ସଚିବ ମାନସ ରଞ୍ଜନ ପଣ୍ଡା, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟରର ସିଇଓ ମନୋଜ ପଟ୍ଟନାୟକ, ଦି ଇକୋନୋମିକ୍‌ ଟାଇମ୍ସର ସମ୍ପାଦକ ଅନୁପ ବର୍ମା ଏବଂ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଇଣ୍ଡିଆ ଇଲେକ୍ଟ୍ରୋନିକ୍ସ ସେମିକଣ୍ଡକ୍ଟର ଆସୋସିଏସନ ମଧ୍ୟରେ ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏହି ଅବସରରେ ୨୦ରୁ ଊଦ୍ଧର୍‌ବ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri