ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ

ନୂଆଦିଲ୍ଲୀ,୧୩।୫: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀ କାର୍ଯ୍ୟକ୍ଷେତ୍ରର ନିରାପତ୍ତାରେ ନୂତନ ମାନଦଣ୍ଡ ସ୍ଥିର କରିବା ସହ କର୍ମଚାରୀମାନଙ୍କ ପାଇଁ ଏକ ନିରାପଦ କାର୍ଯ୍ୟ ପରିବେଶ ନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛି। ଫଳରେ ବ୍ରିଟିଶ ସୁରକ୍ଷା ପରିଷଦ ପକ୍ଷରୁ କ୍ରମାଗତ ୪ର୍ଥ ବର୍ଷ ପାଇଁ ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ ଆୟୋଜିତ ଏକ ପୁରସ୍କାର ବିତରଣ ଉତ୍ସବରେ ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜେଏସ୍‌ଏଲ୍‌ର ବରିଷ୍ଠ ଅଧିକାରୀ ସୁଧୀର କୁମାର ଏବଂ ଅଶୋକ ରାଣା କମ୍ପାନୀ ପକ୍ଷରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, କମ୍ପାନୀ ‘ବିଭେଦ’ର ସର୍ବୋଚ୍ଚ ବର୍ଗରେ ଉକ୍ତ ପୁରସ୍କାର ଜିତିଥିଲା। ଏ ସମ୍ପର୍କରେ ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କ୍ରମାଗତ ୪ର୍ଥ ଥର ପାଇଁ ଏଭଳି ଏକ ସମ୍ମାନଜନକ ପୁରସ୍କାର ପାଇ ଆମେ ବେଶ୍‌ ଆନନ୍ଦିତ। ଏପରିକି ଉକ୍ତ ସଫଳତା ଆମର କର୍ମଚାରୀଙ୍କ ସ୍ବାସ୍ଥ୍ୟ, ନିରାପତ୍ତା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାର ଏକ ପ୍ରମାଣ। ସେହିଭଳି କମ୍ପାନୀ ପରିସରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ସୁରକ୍ଷା ଆମ ପାଇଁ ସର୍ବଦା ଏକ ପ୍ରମୁଖ ପ୍ରାଥମିକତା ବୋଲି ସେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ (ହିସାର ୟୁନିଟ୍‌) ଉତ୍ପାଦନର ବରିଷ୍ଠ ଉପସଭାପତି ତଥା ମୁଖ୍ୟ ବିଜୟ ବିନ୍ଦଲିଶ କହିଥିଲେ, ଏହି ମାନ୍ୟତା ଆମର କର୍ମଚାରୀଙ୍କ ପାଇଁ ଏକ ନିରାପଦ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଦିଗରେ ଆମର ନିରନ୍ତର ପ୍ରୟାସର ଏକ ପ୍ରତିଫଳନ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri