ଭୁବନେଶ୍ୱର,୧୩।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡ୍ (ଟିଏସ୍ଏମ୍ଏଲ୍) ଏବଂ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍ (ବିପିସିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହୋଇଯାଇଛି। ଟିଏସ୍ଏମ୍ଏଲ୍ର ଯାଜପୁରସ୍ଥିତ ଫେରୋ ଆଲଏଜ୍ କାରଖାନା ପାଇଁ ଦୀର୍ଘମିଆଦୀ ଲିକ୍ୱିଫାଏଡ୍ ନାଚୁରାଲ୍ ଗ୍ୟାସ୍ (ଏଲ୍ଏନ୍ଜି) ଯୋଗାଣ ଲାଗି ଗୁରୁବାର ଉଭୟ ସଂସ୍ଥାର ପ୍ରମୁଖ ଅଧିକାରୀଙ୍କ ଉପସ୍ଥିତିରେ ଉକ୍ତ ବୁଝାମଣା ହୋଇଥିଲା। ଓଡ଼ିଶା ସରକାରଙ୍କ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ଉପସ୍ଥିତିରେ ଉକ୍ତ ଏମ୍ଓୟୁ ହୋଇଥିବା ବେଳେ ଉଭୟ ସଂସ୍ଥାଙ୍କୁ ସେ ପ୍ରଶଂସା କରିଥିଲେ।
ଏ ସମ୍ପର୍କରେ ଟିଏସ୍ଏମ୍ଏଲ୍ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ବିପିସିଏଲ୍ ସହ ଆମ ସହଭାଗିତା ଯାଜପୁରସ୍ଥିତ ଫେରୋ ଆଲଏଜ୍ କାରଖାନାକୁ ଦ୍ରୁତ ଏଲ୍ଏନ୍ଜି ଯୋଗାଣ ସୁନିଶ୍ଚିତ କରିବ। ଏପରିକି ଡିକାର୍ବନାଇଜେଶନ ପ୍ରତି ଆମ ପ୍ରତିବଦ୍ଧତା ଓ ଦୀର୍ଘସ୍ଥାୟୀ ଯୋଜନା ଅନୁସାରେ ଉକ୍ତ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ସେହିଭଳି ଆମେ ଭାବୁଛୁ ଯେ ଏହି ସହଭାଗିତା କାର୍ବନ ଫୁଟ୍ପ୍ରିଣ୍ଟକୁ ହ୍ରାସ କରିବାରେ ଆମକୁ ସହାୟକ ହେବା ସହ ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବ। ବିପିସିଏଲ୍ର ମୁଖ୍ୟ (ଗ୍ୟାସ୍) ପୂର୍ବ ରୌଫ୍ ଏମ୍ ଖାନ୍ କହିଛନ୍ତି, ଟାଟା ଷ୍ଟିଲ୍ ମାଇନିଂ ସହ ସହଭାଗିତ ସ୍ଥାପନ କରିବା ଏବଂ ସେମାନଙ୍କ ପରିଚାଳନା ପାଇଁ ପ୍ରାକୃତିକ ଗ୍ୟାସ୍ ଯୋଗାଣ କରୁଥିବାରୁ ଆମେ ବହୁତ ଖୁସି। ଏହା ଡିକାର୍ବନାଇଜେଶନ ଲକ୍ଷ୍ୟ ଦିଗ ଆଡ଼କୁ ନିକଟତର କରିବାରେ ଆମକୁ ସକ୍ଷମ କରିପାରିଛି। ଅପରପକ୍ଷରେ ଦୀର୍ଘସ୍ଥାୟୀ ଲକ୍ଷ୍ୟ ହାସଲ କରିବା ଏବଂ ଏକ ସବୁଜ ଭବିଷ୍ୟତ ଆଡ଼କୁ କମ୍ପାନୀର ଉଦ୍ୟମକୁ ଆହୁରି ସୁଦୃଢ଼ କରିବାରେ ଟାଟା ଷ୍ଟିଲ୍ ମାଇନିଂର ଯାତ୍ରା ପ୍ରତି ଏହି ଏମ୍ଓୟୁ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା।
AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...
ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ
ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...
ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
Archives


