Posted inଖେଳ

ସାହାଣୀ କପ୍‌: କଟକ-କନ୍ଧମାଳ ଫାଇନାଲ

ଭୁବନେଶ୍ୱର, ୧୩।୫ (କ୍ରୀଡ଼ା ପ୍ରତିନିଧି): ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ୨ଟି ସେମିଫାଇନାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜୟୀ ହୋଇ କଟକ ଓ କନ୍ଧମାଳ ଦଳ ଫାଇନାଲରେ ପ୍ରବେଶ କରିଛି। କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ପ୍ରଥମ ସେମିଫାଇନାଲରେ କଟକ ୪-୩ ଗୋଲରେ ସୁନ୍ଦରଗଡ଼କୁ ପରାସ୍ତ କରିଛି। କଟକ ପକ୍ଷରୁ ସେକ୍‌ ଫରିଦ ୨ୟ ଓ ୪୬ତମ ମିନିଟରେ ଏବଂ ଦୀନବନ୍ଧୁ ଦାସ ୪୫ ଓ ୫୧ତମ ମିନିଟରେ ୨ଟି ଲେଖାଏ ଗୋଲ ଦେଇଥିଲେ। ସୁନ୍ଦରଗଡ଼ର ସ୍ବାଧୀନ ବଡ଼େଇ ୧୮, ଦୀପକ ମୁଣ୍ଡା ୬୬ ଓ କିଶୋର ଖାଡ଼ିଆ ୯୦+୪ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଦ୍ୱିତୀୟ ସେମିଫାଇନାଲରେ କନ୍ଧମାଳ ୨-୧ ଗୋଲରେ ବରଗଡ଼କୁ ହରାଇଛି। ବିଜୟୀ ଦଳର ସଞ୍ଜୀବ ଓରାମ ୧୦, ମାନସ ରଞ୍ଜନ ପ୍ରଧାନ ୫୩ ଓ ବରଗଡ଼ ପକ୍ଷରୁ ଫ୍ରାନ୍ସିସ ଲାକ୍ରା ୬୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। କଟକ ଓ କନ୍ଧମାଳ ମଧ୍ୟରେ ଡବଲ୍‌ ଲିଗ୍‌ ବିଶିଷ୍ଟ ଫାଇନାଲ ହେବ। କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡରେ ୧୪ ତାରିଖରେ ପ୍ରଥମ ଏବଂ କଳିଙ୍ଗ ଷ୍ଟାଡିୟମରେ ୧୭ ତାରିଖରେ ଦ୍ୱିତୀୟ ଫାଇନାଲ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri