ବୁଲୁଛି ଛୁଆ ସହ ମା’ ବାଘ

ନୂଆପଡ଼ା ଅଫିସ,୧୪।୫: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡା ଅଭୟାରଣ୍ୟସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ନିକଟରେ ମା’ ଓ ଛୁଆ ବାଘ ବୁଲିଛନ୍ତି। ସିଆରପିଏଫ କ୍ୟାମ୍ପରେ ଲାଗିଥିବା କ୍ୟାମେରାରେ ଏହିସବୁ ଦୃଶ୍ୟ କଏଦ ହେବା ସହ ସ୍ଥାନୀୟ ଲୋକେ ମୋବାଇଲ ଫୋନରେ ବାଘର ଫଟୋ ଉଠାଇଥିବା ଥିବା କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗତ ୨ଦିନ ତଳେ ଛତିଶଗଡ଼ ସିତାନଦୀ ଅଭୟାରଣ୍ୟ ଅଞ୍ଚଳରୁ ଏକ ମହାବଳ ବାଘ ଛୁଆକୁ ଧରି ଖାଦ୍ୟ ଅନ୍ବେଷଣରେ ସୁନାବେଡା ଅଭୟାରଣ୍ୟ ଭିତରକୁ ଚାଲି ଆସିଥିବା ଲୋକେ ଦେଖିବାକୁ ପାଇଥିଲେ। ଶନିବାର ସନ୍ଧ୍ୟାରେ ସୁନାବେଡା ଅଭୟାରଣ୍ୟ ଜାମଗାଁ ସିଆରପିଏଫ କ୍ୟାମ୍ପ ନିକଟରେ ମହାବଳ ବାଘ ଛୁଆ ସହ ବୁଲୁଥିବା ଲୋକେ ଦେଖିଛନ୍ତି। ଏପରିକି ବାଘ ବୁଲୁଥିବା ଦୃଶ୍ୟ ମୋବାଇଲ କ୍ୟାମରାରେ ରେକର୍ଡ କରିଛନ୍ତି। ତେବେ ସିଆରପିଏଫ କ୍ୟାମ୍ପ ନିକଟରେ ଲାଗିଥିବା କ୍ୟାମେରାରେ ବାଘର ସ୍ପଷ୍ଟ ଚିତ୍ର ଆସୁ ନ ଥିଲେ ମଧ୍ୟ ମୋବାଇଲ କ୍ୟାମେରାରେ ସ୍ପଷ୍ଟ ଜଣାପଡୁଥିବା ଜାମଗାଁ ସିଆର୍‌ପିଏଫ କ୍ୟାମ୍ପର ଯବାନମାନେ ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁନାବେଡା ଅଭୟାରଣ୍ୟବାସୀ ବାଘ ଭୟରେ ଆତଙ୍କିତ ହୋଇପଡିଛନ୍ତି। ଅଭୟାରଣ୍ୟ ଭିତରେ ସର୍ଭିଲାନ୍ସ କ୍ୟାମେରା ଲଗାଯାଇ ବାଘର ଗତିବିଧି ଉପରେ ବନ ବିଭାଗ ପକ୍ଷରୁ କଡା ନଜର ରଖାଯାଇଛି। ବାଘର ସୁରକ୍ଷା ଅଭୟାରଣ୍ୟବାସୀଙ୍କ ନୈତିକ କର୍ତ୍ତବ୍ୟ। ବାଘ ଅଭୟାରଣ୍ୟ ଖଡାଙ୍ଗ ଦେଇ ଜାମଗାଁ ଅଞ୍ଚଳରେ ବୁଲୁଥିବା ସୁନାବେଡା ବନ୍ୟପ୍ରାଣୀ ରେଞ୍ଜର ଶିବ ପ୍ରସାଦ ଖମାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri