ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ ୯୯.୨୦ ପ୍ରତିଶତ ମାର୍କ ସହ ବିଦ୍ୟାଳୟର ଯୁଗ୍ମ ଟପ୍ପର ହୋଇଥିବାବେଳେ ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆୟୁଷ ମେଡ଼ିକାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବାବେଳେ ପ୍ରିତିକା ଆଇଆଇଟି ପଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏମାନେ ନିଜର ସଫଳତାର ଶ୍ରେୟ ଅଭିଭାବକ ଓ ବିଦ୍ୟାଳୟକୁ ଦେଇଛନ୍ତି। କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର ବୋଲି ସେମାନେ କହିଛନ୍ତି। ସେହିଭଳି ବିଦ୍ୟାଳୟର ଦ୍ୱିତୀୟ ସ୍ଥାନରେ ତ୍ରିଶା ରଥ ଓ ହଂସ ଦାରୁକା ରହିଛନ୍ତି। ଉଭୟେ ୯୮.୮ ପ୍ରତିଶତ ମାର୍କ ରଖିଛନ୍ତି। ଆର୍ଯ୍ୟ ମହାପାତ୍ର ଓ ଆନଭି ସମ୍ପଦ ୯୮.୪ ପ୍ରତିଶତ ମାର୍କ ସହ ତୃତୀୟ ସ୍ଥାନରେ ରହିଛନ୍ତି।
ଅନ୍ୟପଟେ ଦ୍ୱାଦଶ ପରୀକ୍ଷା ଦେଇଥିବା ସମସ୍ତ ୭୨ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ବାୟୋସାଇନ୍ସ ଛାତ୍ରୀ ଆଦ୍ୟାଶା ପ୍ରାଣିଗ୍ରାହୀ ପ୍ରଥମ ସ୍ଥାନରେ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଲିଖିତା ପ୍ରିୟଦର୍ଶିନୀ ଓ ଶରଣ ଦେବ ଏବଂ ତୃତୀୟରେ ଶୁଭଲକ୍ଷ୍ମୀ ବେହେରା ରହିଛନ୍ତି। ସେହିପରି ପିଓର ସାଇନ୍ସରେ ପ୍ରଥମ ସ୍ଥାନରେ ସୁମନ୍ତ କୁମାର ଦତ୍ତ, ଦ୍ୱିତୀୟ ସ୍ଥାନରେ ସାନିଆ ମନ୍ଧ୍ୟାନ ଓ ତୃତୀୟ ସ୍ଥାନରେ ସୋଫିଆ ପ୍ରଧାନ ଅଛନ୍ତି। କଳାରେ ଅର୍ଚ୍ଚିତା ଷଡ଼ଙ୍ଗୀ ପ୍ରଥମ ସ୍ଥାନରେ ରହିଥିବାବେଳେ, ଦ୍ୱିତୀୟରେ ସୁହାନୀ ପରିଆ ଓ ତୃତୀୟରେ ଶ୍ରୁତି ଦାଶ ରହିଛନ୍ତି। ସେହିପରି ବାଣିଜ୍ୟରେ କୋମଲ ପେରିଓ୍ବାଲ୍‌ ପ୍ରଥମ ସ୍ଥାନରେ, ବର୍ଣ୍ଣାଳି ସେନାପତି ଦ୍ୱିତୀୟ ଏବଂ ନେହା ବର୍ମା ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri