ବିବାହର ୮ ମାସ ପରେ ନାବାଳିକା ଉଦ୍ଧାର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ବିବାହର ୮ ମାସ ପରେ ବାଲେଶ୍ୱର ଜିଲା ଅଞ୍ଚଳର ଜଣେ ନାବାଳିକାଙ୍କୁ ସୋମବାର ଆନନ୍ଦପୁର ଥାନା କୋଡ଼ପଡ଼ାର ଗଉଡ଼ଡିହା ଅଞ୍ଚଳରୁ ଚାଇଲ୍ଡଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ଖଇରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଆନନ୍ଦପୁର ଥାନା କୋଡ଼ପଡ଼ାର ଗଉଡ଼ଡିହା ଅଞ୍ଚଳର ଅଜୟ ପାତ୍ର ଭଲ ପାଉଥିଲେ। ଏପରିକି ସେ ୮ ମାସ ତଳେ ନାବାଳିକାଙ୍କୁ କୌଶଳକ୍ରମେ ବିବାହ କରି ନେଇ ପଳାଇ ଆସିଥିଲା। ନାବାଳିକାଙ୍କ ପରିବାର ଲୋକଙ୍କ ଅଭିଯୋଗକ୍ରମେ ବାଲେଶ୍ୱର ଜିଲା ଖଇରା ଚାଇଲ୍ଡଲାଇନର ସହାୟତାରେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଖଇରା ୟୁନିଟ୍‌ ଚାଇଲ୍ଡଲାଇନ୍‌ ଟିମ୍‌ ଲିଡର୍‌ ତପସ୍ବିନୀ ରାଉତଙ୍କ ନେତୃତ୍ୱରେ ଏକ ଟିମ୍‌ ଆନନ୍ଦପୁରରେ ପହଞ୍ଚି ଆନନ୍ଦପୁର ପୋଲିସ, ଆନନ୍ଦପୁର ଚାଇଲ୍ଡଲାଇନ ସହାୟତାରେ ତାଙ୍କୁ ଉଦ୍ଧାର କରିଥିଲା।

ଉଦ୍ଧାର ନାବାଳିକାଙ୍କୁ ଖଇରା ଚାଇଲ୍ଡଲାଇନକୁ ହସ୍ତାନ୍ତର କରାଯାଇଛି। ଖଇରା ଟିମ୍‌ ଲିଡର ନାବାଳିକାଙ୍କୁ ବାଲେଶ୍ୱର ଜିଲା ଶିଶୁ ମଙ୍ଗଳ ସମିତି ନିକଟରେ ହାଜର କରିବେ ବୋଲି ସୂଚନା ଦେଇଛନ୍ତି। ବିବାହର ୮ ମାସ ପରେ ଚାଇଲ୍ଡଲାଇନ୍‌ ନାବାଳିକାଙ୍କୁ ଉଦ୍ଧାର କରିଥିବା ବେଳେ ପୋଲିସର କାର୍ଯ୍ୟଦକ୍ଷତାକୁ ନେଇ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri