ଋଷିକୁଲ୍ୟା ସେତୁ ପ୍ରତି ବଢୁଛିି ବିପଦ

ଧରାକୋଟ,୧୬ା୫(ଡି.ଏନ୍‌.ଏ.): ଧରାକୋଟ ବ୍ଲକର ଜୀବନରେଖା ଋଷିକୁଲ୍ୟା ସେତୁ ପ୍ରତି ବିପଦ ବଢୁଛି। ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି ଋଷିକୁଲ୍ୟା ସେତୁ। ଜାତୀୟ ରାଜପଥ ୫୯କୁ ମୁକ୍ତେଶ୍ୱର ମନ୍ଦିର ନିକଟରେ ଯୋଡୁଥିବା ଏହି ସେତୁ ପ୍ରାୟ ୧୦ ବର୍ଷ ପୂର୍ବେ ଦଶ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା। ଏହି ସେତୁ ନିର୍ମାଣ ହେବା ଦ୍ବାରା ବ୍ଲକର ଜାହାଡ଼ା, ସିଙ୍ଗିପୁର, ଜଗମୋହନ, ଝରପାରି ଓ ଝାଡ଼ବନ୍ଧ ପଞ୍ଚାୟତ ସହ ବ୍ଲକ ପ୍ରଶାସନର ସ୍ଥାୟୀ ସଂଯୋଗ ସୃଷ୍ଟି ହୋଇପାରିଛି। ଏପରିକି ଭଞ୍ଜନଗର ଉପଖଣ୍ଡ ସହ ଯୋଗାଯୋଗ ସରଳୀକୃତ ହୋଇପାରିଛି । ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ, କୃଷି,ଯୋଗାଣ କ୍ଷେତ୍ରରେ ଏହି ପାଞ୍ଚଟି ପଞ୍ଚାୟତବାସୀ ସିଧାସଳଖ ଯୋଡ଼ି ହୋଇଛନ୍ତି । ଉପରୋକ୍ତ ପଞ୍ଚାୟତଗୁଡ଼ିକର ପ୍ରାୟ ୪୦ ହଜାର ଲୋକଙ୍କର ଅର୍ଥନୈତିକ ଅଭିବୃଦ୍ଧିରେ ଏହି ସେତୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ହେଲେ ନିମ୍ନମାନର ନିର୍ମାଣ କାର୍ଯ୍ୟ ପାଇଁ ଏହି ସେତୁ ପ୍ରତି ଦିନକୁ ଦିନ ବିପଦ ବଢୁଛି। ସେତୁର ଉପରମୁଣ୍ଡର ଢଳେଇର ଆସ୍ତରଣ ଉଠିଯାଇଥିବା ବେଳେ ସ୍ପାନଗୁଡ଼ିକୁ ଯୋଡୁଥିବା ଲୁହା ଉଠିଯାଇ ଗର୍ତ୍ତ ସୃଷ୍ଟି ହେଲାଣି। ଫଳରେ ଏହି ରାସ୍ତା ଦେଇ ପାଣି ଝରୁଛି । ସେତୁ ଉପରେ ଭାରିଯାନ ଚଳାଚଳ ବେଳେ କମ୍ପନ ସୃଷ୍ଟି ହେଉଛି। ଏଣୁ ସେତୁ ପ୍ରତି ଦିନକୁ ଦିନ ବିପଦ ବଢୁଥିବା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ସମ୍ପର୍କରେ ଆସିକା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ସହ ଯୋଗାଯୋଗ ବେଳେ ସେତୁକୁ ଅନୁଧ୍ୟାନ ପରେ ଉପଯୁକ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି
ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri