Posted inଜାତୀୟ

ଖବରଦାତାଙ୍କ ନାଁରେ ସିବିଆଇ ମାମଲା

ନୂଆଦିଲ୍ଲୀ, ୧୭ା୫(ପି.ଟି.): ଭାରତର ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଏବଂ ସୈନ୍ୟବାହିନୀ ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରି ଏହାକୁ ପାକିସ୍ତାନୀ ଓ ଅନ୍ୟ ବିଦେଶୀ ରାଷ୍ଟ୍ରର ଗୋଇନ୍ଦା ସଂସ୍ଥାକୁ ଯୋଗାଉଥିବା ଅଭିଯୋଗରେ ମୁକ୍ତବୃତ୍ତ ଖବରଦାତାଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ରୁଜୁ କରିଛି। ଏତଲାକୁ ଆଧାର କରି ସିବିଆଇ ମୁକ୍ତବୃତ୍ତ ଖବରଦାତା ବିବେକ ରଘୁବଂଶୀ ଓ ତାଙ୍କର କେତେଜଣ ଘନିଷ୍ଠଙ୍କର ଦିଲ୍ଲୀ ଏବଂ ଜୟପୁରରେ ଥିବା ଘର ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ବେଳେ ଅନେକ ସମ୍ବେଦନଶୀଳ ଦସ୍ତାବିଜ ଜବତ ହୋଇଛି। ରଘୁବଂଶୀଙ୍କୁ ଗୁପ୍ତଚର ଗିରି ପାଇଁ ଭାରତ ଓ ବିଦେଶରେ କିଏ ସହାୟତା କରୁଥିଲେ, ତାହା ଜାଣିବା ପାଇଁ ସିବିଆଇ ତଦନ୍ତ ଜାରି ରଖିଛି। ସିବିଆଇର ଅଭିଯାଗ ଅନୁଯାୟୀ ରଘୁବଂଶୀ ଜାତୀୟ ସୁରକ୍ଷା ସମ୍ପର୍କିତ ଯୋଗାଯୋଗ ତଥ୍ୟ ସହ ଭାରତର ରଣନୀତି ଓ କୂଟନୈତିକ କଥାବାର୍ତ୍ତାକୁ ତାଙ୍କର ବନ୍ଧୁ ରାଷ୍ଟ୍ରଙ୍କ ସହ ଶେୟାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri