୧୯ରୁ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ବିଶ୍ୱସ୍ତରୀୟ ମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ ୧୯ରୁ ଭୁବନେଶ୍ୱରର ଜନତା ମଇଦାନଠାରେ ‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ଖବରଦାତା ସମ୍ମିଳନୀରେ ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ସୁଜିତ କୁମାର ଗୁପ୍ତା, ଡାଇରେକ୍ଟର ପାୟଲ ଆଚାର୍ଯ୍ୟ ଗୁପ୍ତା ଏବଂ ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦୀପକ ମହାନ୍ତି, ଆଇଡିଆ କ୍ରିଏସନ ମୁଖ୍ୟ ରଣଜିତ୍‌ କର୍ମୀ, ପ୍ରପର୍ଟି ବ୍ରାଣ୍ଡ୍‌ ନିର୍ଦ୍ଦେଶକ ସଚିନ ସିଂ, ଓପନ୍‌ କିଚେନ୍‌ ଆଣ୍ଡ ବାର୍‌ ଗୌରବ କୁମାର ରାମ ପ୍ରମୁଖ ଉପସ୍ଥିତି ରହି କାର୍ନିଭାଲ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।
ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ମେ ୧୯ରୁ ୨୯ ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ନିଭାଲ ଜାରି ରହିବ। ଏପରିକି ପ୍ରତିଦିନ ଅପରାହ୍ନ ୨ ଘଟିକାରୁ ରାତି ୯ ଘଟିକା ପର୍ଯ୍ୟନ୍ତ ଉକ୍ତ ମେଳା ଚାଲିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ମେଳାରେ ୨୦ଟି ରାଜ୍ୟ ଏବଂ ୮ଟି ଦେଶର ପ୍ରତିନିଧିମାନେ ଅଂଶ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ବିଶେଷକରି ୫୦୦ରୁ ଅଧିକ ବିଭିନ୍ନ ବର୍ଗର ବ୍ୟବସାୟୀମାନଙ୍କୁ ଏକ ବୃହତ୍‌ ମେଳା ଓ ପ୍ରଦର୍ଶନୀର ଆୟୋଜନ କରାଯାଉଛି। ବିଶେଷକରି ଓଡ଼ିଶାର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆୟୋଜକ ଏଭଳି ଏକ ବିଶ୍ୱସ୍ତରୀୟ କାର୍ନିଭାଲର ଆୟୋଜନ କରୁଛନ୍ତି।
ସୂଚନାଯୋଗ୍ୟ, ଗୁପ୍ତା ଇଭେଣ୍ଟସ ମ୍ୟାନେଜମେଣ୍ଟ, ଏମ୍‌ଏସ୍‌ଏମ୍‌ଇ ଏବଂ କୟର ବୋର୍ଡ ସହିତ ଅନୁବନ୍ଧିତ ହୋଇ କ୍ଷୁଦ୍ର ବ୍ୟବସାୟିକ ଅନୁଷ୍ଠାନ ପାଇଁ ସରକାରୀ ରିହାତିର ବ୍ୟବସ୍ଥା ରହିଛି। ଉକ୍ତ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାର ଏକ୍ସପୋ ଯଥାକ୍ରମେ ପ୍ରପର୍ଟି ବ୍ରାଣ୍ଡ୍‌ ଏକ୍ସପୋ, ଫର୍ନିଚର ଆଣ୍ଡ ଇଣ୍ଟେରିୟର, ଗ୍ଲୋବାଲ ଏଡୁକେସନ, ଆଇଟି ଆଣ୍ଡ ସଫ୍ଟୱେର, ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ୍‌, ହେଲ୍‌ଥ୍‌ ଆଣ୍ଡ ୱେଲ୍‌ନେସ୍‌, ସ୍ବଦେଶୀ, ଅଟୋ ଏକ୍ସପୋ ସହିତ ସମସ୍ତ ଜାତୀୟ ଏବଂ ଅନ୍ତର୍ଜାତୀୟ ଉପତ୍ାଦମାନ ମଧ୍ୟ ମିଳିବ। ଏଥିସହ ସମସ୍ତ ପ୍ରକାର ଭାରତୀୟ ହସ୍ତତନ୍ତ ହସ୍ତଶିଳ୍ପ ଏବଂ ଗୃହ ସାଜସଜ୍ଜା ଉପତ୍ାଦମାନ ମଧ୍ୟ ପ୍ରଦର୍ଶିତ ହେବ। ବହୁଚର୍ଚ୍ଚିତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ସହ ମିଳିତ ଭାବେ ଫୁଡ୍‌ ଫେଷ୍ଟିଭାଲର ଆୟୋଜନ ହେବ। ଅପରପକ୍ଷରେ ଆଇଟି ଆଣ୍ଡ ସଫ୍ଟୱେର, ଏଡୁକେସନ ଆଣ୍ଡ ହେଲ୍‌ଥ ଉପରେ ରାଜ୍ୟ ତଥା ରାଜ୍ୟ ବାହାରର ବକ୍ତାମାନଙ୍କୁ ନେଇ ପ୍ରତିଦିନ ଆଲୋଚନାଚକ୍ର ଓ କର୍ମଶାଳାମାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri