ରିଲିଜ ହେଲା ‘ସତ୍ୟ ପ୍ରେମ କି କଥା’ର ଟିଜର

ମୁମ୍ବାଇ: ବଲିଉଡ ନାୟକ କାର୍ତ୍ତିକ ଆର୍ଯ୍ୟନ ଓ ଅଭିନେତ୍ରୀ କିଆରା ଆଡଭାନୀଙ୍କ ଅଭିନୀତ ଅପକମିଂ ମୁଭି ‘ସତ୍ୟ ପ୍ରେମ କି କଥା’କୁ ନେଇ କିଛିଦିନ ହେବ ଚର୍ଚ୍ଚା ଚାଲିଛି। ଏହାରି ଭିତରେ ଫିଲ୍ମର ଟିଜର ରିଲିଜ ହୋଇଛି। ଏହି ଟିଜରରେ ଉଭୟ ନାୟିକା-ନାୟକ ବଡ ରୋମାଣ୍ଟିକ ଅନ୍ଦାଜରେ ନଜର ଆସିଛନ୍ତି।
କାର୍ତ୍ତିକ ଆର୍ଯ୍ୟନ ଏବଂ କିଆରା ଆଡଭାନୀଙ୍କ ଅଭିନୀତ ଏହି ମୁଭିରେ ଏକ ପ୍ରେମ କାହାଣୀକୁ ଦର୍ଶାଯାଇଛି। ଏହି ମୁଭିରେ କାର୍ତ୍ତିକଙ୍କ ଚରିତ୍ରର ନାମ ସତ୍ୟପ୍ରେମ ଏବଂ କିଆରାଙ୍କ ଚରିତ୍ରର ନାମ କାଥା। ଫିଲ୍ମର ଟିଜରରେ ବ୍ୟାକଗ୍ରାଉଣ୍ଡ ମ୍ୟୁଜିକ ସହିତ ଏକ ଭଏସ ଓଭର ଚାଲିଛି ଏବଂ ସେହି ସମୟରେ କାର୍ତ୍ତିକ-କିଆରା ଭିନ୍ନ ଭିନ୍ନ ଲୋକେଶନରେ ପ୍ରେମ କରୁଥିବା ଦେଖିବାକୁ ମିଳୁଛି। ଏହି ସମୟରେ ଉଭୟଙ୍କ ବିବାହର ଏକ ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ଉଭୟ ଉଦାସ ନଜର ଆସିଛନ୍ତି।

ସେହିଭଳି ଟିଜରରେ କାର୍ତ୍ତିକ କହୁଛନ୍ତି, ଯେଉଁ ଶବ୍ଦଗୁଡ଼ିକ କେବେ ପୂରଣ ହୁଏ ନାହିଁ, ପ୍ରତିଜ୍ଞା ଯାହା ଅସମ୍ପୂର୍ଣ୍ଣ, ହସ ଯାହା କେବେ କମିଯାଏ ନାହିଁ, ଆଖି ଯାହା କେବେ ଓଦା ହୁଏନାହିଁ, ଯଦି ହୁଏ ତେବେ…। ଫିଲ୍ମରେ କାର୍ତ୍ତିକ ଏବଂ କିଆରାଙ୍କ ସହ ସୁପ୍ରିୟା ପାଠକ କପୁର, ଗଜରାଜ ରାଓ, ସିଦ୍ଧାର୍ଥ ରାନ୍ଧେରିଆ, ଅନୁରାଧା ପଟେଲ, ରାଜପାଲ ଯାଦବ, ନିର୍ମିତ ସାୱନ୍ତ ଏବଂ ଶିଖା ତଲସାନିଆ ମଧ୍ୟ ନଜର ଆସିବେ। ‘ସତ୍ୟପ୍ରେମ କି କଥା’ ୨୯ ଜୁନ ୨୦୨୩ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri