ରୂପ୍‌ମନ୍ତ୍ରା ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ଭୁବନେଶ୍ୱର,୧୯।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ୍‌ମନ୍ତ୍ରାକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ରୂପ୍‌ମନ୍ତ୍ରାକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ର ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସଂସ୍ଥା ମାର୍କସମ୍ୟାନ୍‌ ଡେଲି ଟିମ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରୂପ୍‌ମନ୍ତ୍ରା ବ୍ରାଣ୍ଡ୍‌ ପାଇଁ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ରାଧିକା ଚିମାଙ୍କୁ ଉକ୍ତ ଆଓ୍ବାର୍ଡ ପ୍ରଦାନ କରାଯାଇଥିଲା। ଏପରିକି ସଂସ୍ଥାର ମିଶନ ଅନୁଯାୟୀ କାର୍ଯ୍ୟ କରୁଥିବା ଏବଂ ଦେଶର ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନରେ ଯୋଗଦାନ ରଖିଥିବା ଦେଶର ୫୦ ପ୍ରମୁଖ ପ୍ରତିଷ୍ଠାନକୁ ସଂସ୍ଥା ପକ୍ଷରୁ ଚୟନ କରାଯାଇ ସମ୍ମାନିତ କରାଯାଇଥିବା ଜଣାପଡ଼ିଛି। ଅପରପକ୍ଷରେ ଦିଭିସା ଗ୍ରୁପ୍‌ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଶେଷ ଅବଦାନ ଓ ଗ୍ରାହକଙ୍କ ଚାହିଦା ପୂରଣ କରୁଥିବା ବେଳେ ଗୁଣାତ୍ମକ ଉତ୍ପାଦ ଓ ପ୍ରିମିୟମ କ୍ୱାଲିଟିର ସାମଗ୍ରୀ ବଜାରରେ ଉପଲବ୍ଧ କରାଉଛି। ସେହିଭଳି ବ୍ରାଣ୍ଡ୍‌ରେ ଦକ୍ଷ ଓ ଅଭିଜ୍ଞ କର୍ମଚାରୀ ଏବଂ ସର୍ବୋତ୍ତମ ଗ୍ରାହକ ସେବା ଆଦି ପାଇଁ ବ୍ରାଣ୍ଡ୍‌କୁ ଏଭଳି ଏକ ଜାତୀୟସ୍ତରର ସମ୍ମାନ ଦିଆଯାଇଛି। ସୂଚନାଯୋଗ୍ୟ, ଦିଭିସା ଗ୍ରୁପ୍‌ର ଡା. ଅର୍ଥୋ, ପେଟ୍‌ସଫା, ରୂପ୍‌ମନ୍ତ୍ରା ଏବଂ ସଚ୍ଚୀ ସହେଲୀ ଭଳି ଅନେକ ଲୋକପ୍ରିୟ ବ୍ରାଣ୍ଡ୍‌ର ଆୟୁର୍ବେଦିକ୍‌ ଉତ୍ପାଦର ବଜାର ଚାହିଦା ଆଜି ମଧ୍ୟ ବେଶ୍‌ ଉଚ୍ଚରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri