ପାନୀୟ ଜଳ ପ୍ରକଳ୍ପର ଚାବି ଚୋରି, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ,୨୦ା୫(ସ୍ବ.ପ୍ର.): ପ୍ରଚଣ୍ଡ ଗ୍ରୀଷ୍ମ ତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଥିବା ବେଳେ ବିଭିନ୍ନ ସ୍ଥାନରେ ଜଳସଙ୍କଟ ମଧ୍ୟ ବଢ଼ିବାରେ ଲାଗିଛି। ସରକାର ଅର୍ଥ ବ୍ୟୟକରି ବିଭିନ୍ନ ପ୍ରକଳ୍ପ ନିର୍ମାଣ କରି ପ୍ରତ୍ୟେକ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ମାତ୍ର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡ଼ା ପଞ୍ଚାୟତରେ ଥିବା ପାନୀୟ ଜଳ ପ୍ରକଳ୍ପରୁ କେତେଜଣ ଦୁର୍ବୃତ୍ତ ଲଗାଯାଇଥିବା ଚାବିକୁ ତାଡ଼ି ଚୋରିକରି ନେଇଯାଇଛନ୍ତି। ଫଳରେ ପଞ୍ଚାୟତର ୭ଟି ୱାର୍ଡର ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବଡ଼ପଡ଼ା ସରପଞ୍ଚ ସୌଦାମିନୀ ସେଠୀ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିବା ସହ କେନ୍ଦ୍ରାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀଯନ୍ତ୍ରୀ ଓ ପଟ୍ଟାମୁଣ୍ଡାଇ ବିଡିଓଙ୍କୁ ଜଣାଇଛନ୍ତି। ମିଳିଥିବା ରିପୋର୍ଟ ମୁତାବକ, ଶୁକ୍ରବାର ସକାଳୁ କାଠିଆପଡ଼ା, ମିଇଁଜାଉଁଣି ଓ ବଡ଼ପଡ଼ା ଗ୍ରାମକୁ ପାଣି ନ ଆସିବାରୁ ଲୋକେ ସରପଞ୍ଚଙ୍କୁ ଫୋନ୍‌ କରି ଜଣାଇଥିଲେ। ସରପଞ୍ଚଙ୍କ ପ୍ରତିନିଧି ପାରେଶ୍ୱର ସେଠୀ ପାଣି ମୋଟର ଖରାପ ହୋଇଥିବ ଭାବି ପମ୍ପ୍‌ ହାଉସ ଯିବା ବାଟରେ ବାଇଦଣ୍ଡା ଛକ ପାଖରେ ଥିବା ପାଇପ୍‌ ଲାଇନ ଚାମ୍ବରରୁ ପାଣି ଅନର୍ଗଳ ବାହାରି ଯାଉଥିବା ଦେଖିବାକୁ ପାଇଥିଲେ। ସେଠାରେ ଲାଗିଥିବା ଚାବିକୁ କେହି ଦୁର୍ବୃତ୍ତ ଚୋରିକରି ନେବା ସହ ଅନ୍ୟ ଗୋଟିଏ ଚାବିକୁ ଭାଙ୍ଗି ଦେଇଛନ୍ତି। ଫଳରେ ୩ଟି ଗ୍ରାମର ୭ଟି ୱାର୍ଡ ଲୋକଙ୍କ ନିକଟକୁ ପାଣି ପହଞ୍ଚତ୍ପାରୁନାହିଁ। ପିଇବା ପାଣି ପାଇଁ ଲୋକେ ବିଭିନ୍ନ କୂଅ, ପୋଖରୀର ଦୂଷିତ ପାଣି ଉପରେ ନିର୍ଭର କରୁଛନ୍ତି। ଏ ନେଇ ସରପଞ୍ଚ ସେଠୀ ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାସେ ପୂର୍ବରୁ ବଡ଼ପଡ଼ା ସୁଜନି କ୍ଲବ ପାଖରେ ପୋଖରୀକୁ ପାଣି ପୂରାଇବାକୁ କେତେଜଣ ଲୋକ ପାଇପ୍‌ କାଟି ଦେଇଥିବା ବେଳେ ୧୫ ଦିନ ହେବ ଧୋବଣୀ ଆଡ଼ି ନିକଟରେ ପାଇପ୍‌ କାଟି ଦେଇଥିଲେ। ସେଗୁଡ଼ିକ ମରାମତି କରାଯାଇ ପାଣି ଠିକ୍‌ ଭାବେ ଦିଆଯାଉଥିଲା ବୋଲି ସରପଞ୍ଚ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri