Posted inଖେଳ

ଓପନ ଚେସ୍‌: ଆରିନ ଅନ୍ବେଷ ଚାମ୍ପିୟନ

ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ୩ୟ ସୌରେନ୍ଦ୍ର ପ୍ରସାଦ ଦାସ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଭୁବନେଶ୍ୱରର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ସେ ଖେଳିଥିବା ୧୮ ମ୍ୟାଚରୁ ୧୬ଟିରେ ବିଜୟୀ ହୋଇଥିଲେ ଓ ୨ଟି ହାରିଥିଲେ। ଗୁଜରାଟ ଅହମଦାବାଦର କର୍ତ୍ତବ୍ୟ ଅନାଡକଟ୍‌ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହେନ୍ଦ୍ର ତେଜା ମେକଲା, ଏସ୍‌ପିକେ ଅରୁଲ ଆନନ୍ଦ, ଫିଡେ ମାଷ୍ଟର ଆର୍ଯ୍ୟନ ବର୍ଷନୀ ଓ ସୌମ୍ୟ ରଞ୍ଜନ ମିଶ୍ର, ଓମ୍‌ ନିଲେଶ୍‌ ଦେଓରୁଖକର, ଦେବୀ ପ୍ରସାଦ ନାୟକ, ଆଦିତ୍ୟ ଜେନା, ଶ୍ରବଣ ବଳରାମ ଟପ୍‌-୧୦ରେ ରହିଥିଲେ। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗର ଶ୍ରେଷ୍ଠ ଖେଳାଳିଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ପୁଣେର ପି. ନନ୍ଦନୀ ଶ୍ରେଷ୍ଠ ମହିଳା ଓ ୬୮ ବର୍ଷୀୟ ଭୁବନେଶ୍ୱରର ଭୀମସେନ ପ୍ରଧାନ ଶ୍ରେଷ୍ଠ ଭେଟେରାନ ଖେଳାଳି ପୁରସ୍କାର ପାଇଥିଲେ। ଗୁଗୁଲ ମିଟ୍‌ ମାଧ୍ୟମରେ ପ୍ରତିଯୋଗିତା ଉଦ୍‌ଘାଟନ କରାଯାଇଥିଲା। ବିଜେଡି ରାଜ୍ୟ ସମ୍ପାଦକ ଅମରଜିତ ସେନାପତି ଓ ସିଡ୍ରିମ୍‌ଜ୍‌ ଇ-କମର୍ସର ପରିଚାଳନା ନିର୍ଦ୍ଦେଶକ ଚିତ୍ତରଞ୍ଜନ ଦେବତା ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଜକ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଭୁବନେଶ୍ୱର ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦୀପକ କୁମାର ପଲାଇ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri