Posted inଜାତୀୟ

ମୁକ୍ତ ଓ ସ୍ଥିର ଇଣ୍ଡୋ-ପାସିଫିକ୍‌କୁ ଗୁରୁତ୍ୱ

ହିରୋଶିମା,୨୧ା୫: ଜାପାନର ହିରୋଶିମାରେ ଶନିବାର କ୍ୱାଡ୍‌ ରାଷ୍ଟ୍ରଗୋଷ୍ଠୀର ନେତାମାନଙ୍କ ବୈଠକରେ ଚାଇନାକୁ ଦୃଢ଼ ବିରୋଧ କରାଯାଇଛି। ସେମାନେ ଚାଇନାର ନାଁ ନେଇ ନ ଥିଲେ ମଧ୍ୟ ମିଳିତ ବିବୃତିରେ କମ୍ୟୁନିଷ୍ଟ ମହାଶକ୍ତିକୁ ଟାର୍ଗେଟ କରିବା ସହ ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ପାଇଁ ଆହ୍ବାନ ଦେଇଛନ୍ତି। ଜି୭ ସମିଟ୍‌ ଅବସରରେ କ୍ୱାଡ୍‌ ସଦସ୍ୟ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଅଷ୍ଟ୍ରେଲିଆ, ଭାରତ ଓ ଜାପାନ ପ୍ରଧାନମନ୍ତ୍ରୀ ଏକାଠି ଆଲୋଚନା କରିଥିଲେ। ଅସ୍ଥିରତା କିମ୍ବା ବଳପ୍ରୟୋଗ କରି ସ୍ଥିତାବସ୍ଥା ବଦଳାଇବାକୁ ଚାହୁଁଥିବା କୌଣସି ଏକପାଖିଆ କାର୍ଯ୍ୟକୁ କ୍ୱାଡ୍‌ ବିରୋଧ କରେ ବୋଲି ମିଳିତ ବିବୃତିରେ କୁହାଯାଇଛି। ୨୦୨୪ରେ ଭାରତ କ୍ୱାଡ୍‌ ସମିଟ୍‌ ଆୟୋଜନ କରିବାରେ ଖୁସି ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବାଇଡେନ୍‌, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବାନିସ୍‌ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କ ସହ ଆଲୋଚନା ଅବସରରେ ମୋଦି ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri