Posted inଜାତୀୟ

ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍‌

ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ ସମେତ ଅନ୍ୟ ରାଜ୍ୟଗୁଡ଼ିକ ଉପରେ ନଜର ପକାଇଛି। ମଧ୍ୟପ୍ରଦେଶର ଜନସାଧାରଣଙ୍କୁ ଆକୃଷ୍ଟ କରିବା ଲାଗି ଦଳ ପକ୍ଷରୁ ୫ଟି ପ୍ରତିଶ୍ରୁତି ଘୋଷଣା କରାଯାଇଛି। ସେହି ପ୍ରତିଶ୍ରୁତିଗୁଡ଼ିକ ହେଲା କଂଗ୍ରେସ ଆଗାମୀ ନିର୍ବାଚନରେ କ୍ଷମତାକୁ ଫେରିଲେ ୫୦୦ ଟଙ୍କାରେ ରନ୍ଧନ ଗ୍ୟାସ ଯୋଗାଇଦେବ। ପ୍ରତି ମାସରେ ମହିଳାମାନଙ୍କୁ ୧,୫୦୦ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ମିଳିବ। ୧୦୦ ୟୁନିଟ ବିଜୁଳି ମାଗଣାରେ ଯୋଗାଇ ଦିଆଯିବା ସହ କୃଷିଋଣ ଛାଡ଼ କରାଯିବ। ଏହା ବ୍ୟତୀତ ପୁରୁଣା ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି। ଆଗାମୀ ନିର୍ବାଚନରେ ମଧ୍ୟପ୍ରଦେଶ କଂଗ୍ରେସ କମିଟି ସଭାପତି କମଳ ନାଥ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ରାଜ୍ୟ ସଭା ସଦସ୍ୟ ଦିଗ୍‌ବିଜୟ ସିଂ କହିଛନ୍ତି। ଜୁନ୍‌ ୧୨ରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟପ୍ରଦେଶରେ ନିର୍ବାଚନ ପ୍ରଚାର ଶୁଭାରମ୍ଭ କରିବେ। ନର୍ମଦା ନଦୀରେ ପୂଜାର୍ଚ୍ଚନା କରିବା ପରେ ସେ ଜବଲପୁରରେ ରୋଡ୍‌ଶୋ’ ଏବଂ ରାଲି କରିବେ ବୋଲି ଦଳର ଜଣେ କାର୍ଯ୍ୟକର୍ତ୍ତା ସୂଚନା ଦେଇଛନ୍ତି।
ଚଳିତବର୍ଷ ଶେଷ ଭାଗରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୮ ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହୋଇ ସରକାର ଗଢ଼ିଥିଲେ ମଧ୍ୟ ୨୦୨୦ ମାର୍ଚ୍ଚରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ ବିଧାୟକ ବିଦ୍ରୋହ କରିବାରୁ ଭାଜପା କ୍ଷମତାକୁ ଫେରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri