କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ କୋର୍ଟ କାର୍ଯ୍ୟ ଆରମ୍ଭ କରାଯିବାକୁ ଜନଜାଗରଣ ମଞ୍ଚ, ବରିଷ୍ଠ ନାଗରିକ ମଞ୍ଚ, ମୁକୁନ୍ଦ ପ୍ରସାଦ ଫାଉଣ୍ଡେଶନ ସମେତ ଅନ୍ୟାନ୍ୟ ବହୁ ସଙ୍ଗଠନ ତରଫରୁ ଦାବି କରାଯାଇଛି ।
ଖଇରାରେ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ପାଇଁ ୨୦୧୯ରେ ହାଇକୋର୍ଟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିଜସ୍ବ ଜାଗାରେ କୋର୍ଟ ଚାଲିବା ପୂର୍ବରୁ ଅସ୍ଥାୟୀ ଭାବେ ଖଇରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚଲାଇବା ପାଇଁ ୨୦୨୨ ଅକ୍ଟୋବର ୧୦ତାରିଖରେ ଜିଲା ବିଚାରିପତିଙ୍କ ନେତୃତ୍ୱରେ ପରିଦର୍ଶନରେ ଆସିଥିବା ଟିମ୍‌ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରାଯିବା ପରେ ଜାନୁୟାରୀ ସୁଦ୍ଧା ସମସ୍ତ ଆନୁଷଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ବିଗତ ୪ମାସ ଧରି ଲୋକାର୍ପଣ ଉତ୍ସବକୁ ସ୍ଥାନୀୟ ଅଧିବାସୀ ଚାତକ ଭଳି ଚାହିଁଥିବା ବେଳେ ଏବେ ଖଇରା ଜନସାଧାରଣ ଖର୍ଚ୍ଚାନ୍ତ ହୋଇ ସମୟ ନଷ୍ଟ କରି ପୂର୍ବଭଳି ସୋର ଦୌଡିବାକୁ ବାଧ୍ୟ ହେଉଛନ୍ତି। ତୁରନ୍ତ ଖଇରାବାସୀଙ୍କୁ ନ୍ୟାୟ ପ୍ରଦାନ ପାଇଁ ବରିଷ୍ଠ ସାମାଜିକ କର୍ମୀ ଅଭିରାମ ବେହେରା, ଗଦାଧର ବାରିକ, ନିରଞ୍ଜନ ବେହେରା, ଉମେଶ ଚନ୍ଦ୍ର ନାୟକ, ଅରୁଣ କୁମାର ଦାସ, ଦେବେନ୍ଦ୍ର କୁମାର ରାଉତ, ଉପେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri