ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପାହିରାଜୁ ପଞ୍ଚାୟତ ଡ୍ରେସୁରୁ ଗ୍ରାମରେ ଏଭଳି ଦେଖିବାକୁ ମିଳିଛି। ଗ୍ରାମର ବିଜୁ ଦିଗାଲଙ୍କ ସ୍ତ୍ରୀ ମେନକାଙ୍କ ଗୁରୁବାର ପ୍ରସବ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ବାଲନ୍ଦାପଡା ଡାକ୍ତରଖାନାକୁ ନେବା ପାଇଁ ଜନନୀ ଏକ୍ସପ୍ରେସକୁ ଡକାଯାଇଥିଲା। ହେଲେ ଗମନାଗମନ ସୁବିଧା ନ ଥିବାରୁ ସେଠାକୁ ଆମ୍ବୁଲାନ୍ସ ଯାଇ ପାରି ନ ଥିଲା। ପରିବାର ଲୋକେ ବାଧ୍ୟ ହୋଇ ଏକ ଅଟୋରେ ଆଶାକର୍ମୀଙ୍କ ସହାୟତାରେ ବାଲନ୍ଦାପଡ଼ା ଡାକ୍ତରଖାନାକୁ ଆଣୁଥିଲେ। ଗୋବରନଳା ଗ୍ରାମ ପାଖରେ ମହିଳା ଜଣକ ଉକ୍ତ ଅଟୋରେ ପ୍ରସବ କରିଥିଲେ। ବାଲନ୍ଦାପଡାରେ କେହି ଡାକ୍ତର ନ ଥିବାରୁ ପରିବାର ଲୋକେ ଏ ସମ୍ପର୍କରେ ପାହିରାଜୁ ଏ.ଏନ୍.ଏମ୍ଙ୍କ ଅବଗତ କରିଥିଲେ। ବର୍ଷା ଯୋଗୁ ପ୍ରାଥମିକ ଚିକତ୍ସା ଯୋଗାଇ ଦେବାକୁ ଏଏନଏମ୍ ମଧ୍ୟ ପହଞ୍ଚି ପାରି ନ ଥିଲେ। ପରିବାର ଲୋକେ ବାଧ୍ୟ ହୋଇ ଶିଶୁପୁତ୍ରକୁ ଧରି ଗୋବରନଳାଠାରୁ ନିଜ ଗ୍ରାମ ଡ଼୍ରେସୁରୁ ଫେରିଥିଲେ। ଏଏନଏମ୍ଙ୍କ ନିକଟରେ ଗର୍ଭବତୀଙ୍କ ସମସ୍ତ ତଥ୍ୟ ଥିବା ବେଳେ କାହିଁକି ଆଗୁଆ ପଦକ୍ଷେପ ନେଲେ ନାହିଁ ବୋଲି ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ପାହିରାଜୁ ଏଏନ୍ଏମ୍ ଡ଼ାଇନା ନାୟକଙ୍କୁ ପଚାରିବାରୁ ମା’ ଗୃହକୁ ଆଣିବାର ଦାୟିତ୍ୱ ଆଶା କର୍ମୀଙ୍କର ବୋଲି କହି ନିଜ ମୁଣ୍ଡରୁ ଦୋଷ ଖସାଇ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...
ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…
ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...
ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...
ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...
ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…
ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...
ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...
Archives


