ସେପ୍ଟେମ୍ବର ସୁଦ୍ଧା ଶ୍ରୀଲଙ୍କା ଋଣ ପୁନର୍ଗଠନ ହାସଲ କରିବା ଜରୁରୀ: ଆଇଏମଏଫ…

କଲମ୍ବୋ,୨୪।୫ : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ ) ପୁଣି କହିଛି ଶ୍ରୀଲଙ୍କାକୁ ସେପ୍ଟେମ୍ବର ସୁଦ୍ଧା ଋଣ ପୁନର୍ଗଠନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ପଡିବ। ନଗଦ ଅର୍ଥର ସଙ୍କଟ ସମ୍ମୁଖୀନ ହେଉଥିବା ଦେଶ ଶ୍ରୀଲଙ୍କାକୁ ଦିଆଯାଇଥିବା ବେଲ ଆଉଟ ସୁବିଧାକୁ ଆଇଏମଏଫ ସମୀକ୍ଷା କରିବ।

ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ କହିଛନ୍ତି ଶ୍ରୀଲଙ୍କାର ଋଣ ପୁନର୍ନିର୍ମାଣ କାର୍ଯ୍ୟକ୍ରମ ସେପ୍ଟେମ୍ବର ସୁଦ୍ଧା ଶେଷ ହେବ ଏବଂ ଏହାର ଦେବାଳିଆ ଅର୍ଥନୀତି କୁ ସ୍ଥିର ସ୍ତରକୁ ଆଣିବାର ଉଦ୍ୟମ କରାଯାଉଛି। ତେବେ ଏଭଳି ମନ୍ତବ୍ୟ ଦେଇ ଆଇଏମଏଫ ନିଶ୍ଚିତ କରିବାକୁ ଚାହୁଁଛି ଶ୍ରୀଲଙ୍କା ନିଜର ପ୍ରତିବଦ୍ଧତା ପୂରଣ କରୁଛି କି ନାହିଁ।

ଏହି ସମୟରେ ସେ ଗୁରୁତ୍ୱାରୋପ କରିଛନ୍ତି, ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦ୍ୱାରା ଧାର୍ଯ୍ୟ କରାଯାଇଥିବା କଠୋର ସର୍ତ୍ତ ପୂରଣ କରିବା ବ୍ୟତୀତ ତାଙ୍କ ପାଖରେ କୌଣସି ବିକଳ୍ପ ନାହିଁ।

ଏକ ଗୁରୁତର ଅର୍ଥନୈତିକ ଏବଂ ମାନବିକ ସଙ୍କଟ ଯୋଗୁଁ ଶ୍ରୀଲଙ୍କାର ସ୍ଥିତି ଖରାପ ରହିଛି। ଆଇଏମଏଫ କହିଛି ପୂର୍ବର ଖରାପ ଅର୍ଥ ବ୍ୟବସ୍ଥା ଏବଂ ସଙ୍କଟ ସମୟରେ ନିଆଯାଇଥିବା ଭୁଲ ପଦକ୍ଷେପ ଦ୍ୱାରା ଅର୍ଥନୀତି ଦୁର୍ବଳ ହୋଇଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri