ଟୋଲଗେଟ୍‌ କର୍ମଚାରୀ-ପର୍ଯ୍ୟଟକ ଗଣ୍ଡଗୋଳ

ଆଠଗଡ଼,୨୪।୫(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ମହାନଦୀ ବ୍ରିଜ ଟୋଲ ଗେଟ୍‌ରେ କର୍ମଚାରୀଙ୍କ ସହ ୨ ବସ୍‌ ଚାଳକ ଓ ପର୍ଯ୍ୟଟକଙ୍କ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛତିଶଗଡ଼ର ୪ ଜଣ ମହିଳା ରହିଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ଯମୁନା କଶ୍ୟପ(୩୫)ଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ତାଙ୍କ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି। ଅପରପକ୍ଷେ ଆହତଙ୍କ ମଧ୍ୟରେ ୪ ଜଣ ଟୋଲ ଗେଟ୍‌ କର୍ମଚାରୀ ରହିଛନ୍ତି। ଉଭୟ ବସ୍‌ ଭଙ୍ଗାରୁଜା ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି।
ପୋଲିସ ସୂଚନା ଅନୁଯାୟୀ, ଛତିଶଗଡ଼ର ମାଲଦା ଅଞ୍ଚଳରୁ ୨ଟି ବସ୍‌ରେ ୭୦ରୁ ଊର୍ଦ୍ଧ୍ୱ ମହିଳା, ପୁରୁଷ ଓ ଛୋଟ ପିଲା ପୁରୀରୁ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି ଫେରୁଥିଲେ। ମୁଣ୍ଡଳୀସ୍ଥିତ ଟୋଲ ଗେଟଠାରେ କର୍ମଚାରୀମାନେ ଉଭୟ ବସ୍‌ଠାରୁ ୧ହଜାର ଟଙ୍କା ଲେଖାଏ ଦାବି କରିଥିଲେ। ଏଥିପାଇଁ ବସ ଚାଳକଙ୍କ ସହ ସେମାନଙ୍କ ବଚସା ହୋଇଥିଲା। ଏହା ପରେ ଝଗଡାର ରୂପ ନେଇ ହାତାହାତି ପର୍ଯ୍ୟନ୍ତ ଯାଇଥିଲା। ଖବରପାଇ ଆଠଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri