ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ ବଢୁଛି

ପଟ୍ଟାମୁଣ୍ଡାଇ,୨୪୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ କାରବାର ସାଙ୍ଗକୁ ବେଆଇନ ଔଷଧ ଦୋକାନ ବଢ଼ି ଚାଲିଛି। ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଛତୁ ଫୁଟିବା ଭଳି ଔଷଧ ଦୋକାନ ଗଢ଼ି ଉଠୁଛି। ପଟ୍ଟାମୁଣ୍ଡାଇ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପ୍ରାୟ ୪୦ ପ୍ରତିଶତ ଔଷଧ ଦୋକାନ ବିନା ଫାର୍ମାସିଷ୍ଟରେ ଚାଲିଥିବା ଅଭିଯୋଗ ହେଉଛି। ଅଞ୍ଚଳରେ ଏଲୋପାଥିକ ଓ ହୋମିଓପାଥି ମିଶି ପ୍ରାୟ ୪୨୫ ଔଷଧ ଦୋକାନ ରହିଥିବା ବେଳେ ୧୦୦ରୁ ଊର୍ଦ୍ଧ୍ୱ ହୋଲସେଲର ରହିଛନ୍ତି। ହେଲେ ପ୍ରାୟ ଅଧିକାଂଶ ଔଷଧ ଦୋକାନ ବେଆଇନ ଭାବେ ଚାଲିଥିବା ବେଳେ ବେନାମୀ ମିସ୍‌ ବ୍ରାଣ୍ଡଡେଡ୍‌ ଔଷଧ ବିକ୍ରି କରାଯାଉଛି। ଏ ନେଇ ଜିଲା ଭେଷଜ ବିଭାଗ ଚୁପ୍‌ ବସିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବିଭାଗୀୟ ଅଧିକାରୀ ଏ ସଂକ୍ରାନ୍ତରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।
ସୂଚନା ଅନୁଯାୟୀ, ପଟ୍ଟାମୁଣ୍ଡାଇ ସମେତ ରାଜନଗର, ଆଳି ଓ ମହାକାଳପଡ଼ାର ଗ୍ରାମାଞ୍ଚଳରେ ଏହି କାରବାର ବେଶୀ ଚାଲିଛି। କୋଲକତାରୁ କେତେଜଣ ଅସାଧୁ ବ୍ୟବସାୟୀ ବିଭିନ୍ନ ନାମୀଦାମୀ କମ୍ପାନୀର ଆଣ୍ଟିବାୟୋଟିକ, ଜ୍ୱର, ଥଣ୍ଡା ଔଷଧ ସାଙ୍ଗକୁ କଫ୍‌ ସିରଫ ପ୍ରଭୃତି ବେନାମୀ ଔଷଧ ପ୍ରସ୍ତୁତ କରି ବଜାରକୁ ଛାଡ଼ୁଛନ୍ତି। ଏହି ଔଷଧଗୁଡ଼ିକର ମୂଲ୍ୟ ନାମୀଦାମୀ କମ୍ପାନୀ ଔଷଧ ମୂଲ୍ୟ ସହିତ ସମାନ ରହିଛି। କିନ୍ତୁ ବନାମୀ ଔଷଧ କମ୍ପାନୀଗୁଡ଼ିକ ବ୍ୟବସାୟୀମାନଙ୍କୁ ଅଧିକ ଲାଭ ଦେଉଥିବାରୁ ଫାଇଦା ପାଇବା ଆଶାରେ ହୋଲ୍‌ସେଲ ନାମରେ ଏହିସବୁ କମ୍ପାନୀର ଔଷଧ କିଣି ଗ୍ରାମାଞ୍ଚଳରେ ଥିବା ଦୋକାନୀଙ୍କୁ ଦେଉଛନ୍ତି। ଗଁା ଗହଳିରେ ଥିବା ବେନାମୀ ଦୋକାନୀ ଲୋକଙ୍କୁ ଏହି ଔଷଧ ବିକ୍ରି କରୁଥିବା ଖବର ମିଳିଛି। ଖାଲି ସେତିକି ନୁହେଁ ଏଭଳି ଔଷଧ କାରବାର ବେଶ ସୁରୁଖୁରୁରେ ଚାଲିଥିବାରୁ ପଟ୍ଟାମୁଣ୍ଡାଇ ସହରରେ ମଧ୍ୟ ବିକ୍ରି ଆରମ୍ଭ ହେଲାଣି ବୋଲି କେତେଜଣ ଔଷଧ ବ୍ୟବସାୟୀ ନିଜ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। ଜିଲାରେ ଥିବା ଭେଷଜ ନିରୀକ୍ଷକମାନେ ନିୟମିତ ଦୋକାନ ଯାଞ୍ଚ ନ କରିବା, ପାଇକରୀ ବିକ୍ରେତାଙ୍କ ଉପରେ ନଜର ନ ରଖିବା ଏହି କାରବାରକୁ ବେଶ୍‌ ସୁହାଇଛି ବୋଲି ଅଭିଯୋଗ ହୋଇଛି। ସରକାରୀ ନିୟମ କହୁଛି ମେଡିସିନି ଷ୍ଟୋର ଖୋଲିବା ପାଇଁ ଜଣେ ଫାର୍ମାସିଷ୍ଟଙ୍କ ନଁାରେ ଲାଇସେନ୍ସ ରହିବା ସହ ଦୋକାନରେ ସେହି ଫାର୍ମାସିଷ୍ଟ ଉପସ୍ଥିତ ରହିବା କଥା। ମାତ୍ର ପଟ୍ଟମୁଣ୍ଡାଇରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ଫାର୍ମାସିଷ୍ଟ ଅନ୍ୟତ୍ର ଚାକିରି କରୁଥିବା ବେଳେ ମିଛ ସତ୍ୟପାଠ ଦାଖଲ କରି ତାଙ୍କ ନଁାରେ ଲାଇସେନ୍ସ ବାହାରି ଔଷଧ ବ୍ୟବସାୟୀ ଚାଲିଛି। ଅନ୍ୟପକ୍ଷରେ କେତେଗୋଟି ଦୋକାନକୁ ଛାଡ଼ି ଦେଲେ ଅନ୍ୟମାନେ ଲାଇସେନ୍ସ ମଧ୍ୟ ନେଇ ନ ଥିବା ଖବର ମିଳିଛି। ଅତୀତରେ ଫାର୍ମାସିଷ୍ଟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ ଓ ଡ୍ରଗ କଣ୍ଟ୍ରୋଲରଙ୍କୁ ଅବଗତ କରାଯାଇଥିଲା। କାର୍ଯ୍ୟାନୁଷ୍ଠାନ ନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଜିଲା ଚିକିତ୍ସାଧିକାରୀ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା କୁହାଯାଉଛି। ଏ ବାବଦରେ ଡ୍ରଗ ଇନ୍ସପେକ୍ଟର ପ୍ରଦୀପ ସାହୁଙ୍କୁ ପଚାରିବାରେ କଟକ ଓ କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଔଷଧ କାରବାର ନେଇ ଚାର୍ଚ୍ଚରେ ଅଛି। ସବୁ ସମୟରେ ସବୁ ସ୍ଥାନରେ ଠିକ୍‌ ସମୟରେ ପହଞ୍ଚତ୍ ହେଉନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri