୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦କୋଟି ଟଙ୍କା ପ୍ରଦାନ କରାଯାଇଛି। ବୟନିକାର ବାର୍ଷିକ କାରବାର ୧୬୨.୧୪ କୋଟି ଟଙ୍କା ହୋଇଥିବାବେଳେ ସମ୍ବଲପୁରୀ ବସ୍ତ୍ରାଳୟ ୭୧.୨୪ କୋଟି ଟଙ୍କା, ଉତ୍କଳିକା ୧୭.୭୯କୋଟି ଟଙ୍କା ଓ ଅମ୍ଳାନ ୪.୪୬ କୋଟି ଟଙ୍କା ବାର୍ଷିକ କାରବାର କରିଛି। ୯ଟି ହସ୍ତତନ୍ତ ଓ ୩ଟି ହସ୍ତଶିଳ୍ପ ଉତ୍ପାଦ ଜିଆଇ ଟ୍ୟାଗ୍‌ ପାଇଛି। ଆଉ ୫ଟି ହସ୍ତଶିଳ୍ପ ଉତ୍ପାଦକୁ ଜିଆଇ ଟ୍ୟାଗ୍‌ ମିଳିବା ନିମନ୍ତେ ବିଭାଗ ପକ୍ଷରୁ ଆବେଦନ କରାଯାଇଛି। ୧୮,୬୧୧ ରେଶମ ଚାଷୀ ସମବାୟ ସମିତିର ସଦସ୍ୟ ଭାବେ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେହିପରି ଟସର ସିଲ୍‌କ ଉତ୍ପାଦନ ୧୨୯.୦୯ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବିଭାଗର ପ୍ରୋତ୍ସାହନ ଯୋଗୁ ବୁଣାକାରଙ୍କ ବାର୍ଷିକ ମୁଣ୍ଡପିଛା ଆୟ ୫୮ ହଜାର ୮୫ ଟଙ୍କା ହୋଇପାରିଛି। ସାମାଜିକ ସୁରକ୍ଷା ଯୋଜନାରେ ୧୪୪୭ ଜଣ ବୁଣାକାର ସାମିଲ ହୋଇଛନ୍ତି। ବିଭାଗର ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ସୂଚନା ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି, ୬୦,୭୭୩ ମହିଳା ବୁଣାକାର୨୦୫୫ଟି ତନ୍ତକୁ ସ୍ବତନ୍ତ୍ର ରୂପେ ଉପଯୋଗ କରି ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିଛନ୍ତି। ୬୫୮ଟି ହସ୍ତତନ୍ତ ସ୍ବୟଂ ସହାୟକ ଗୋଷ୍ଠୀ ଅଧୀନରେ ୭୭୩୭ ମହିଳା ବୟନ କାର୍ଯ୍ୟରେ ଅଂଶଗ୍ରହଣ କରିପାରିଛନ୍ତି। ସେହିଭଳି ହସ୍ତଶିଳ୍ପ କ୍ଷେତ୍ରରେ ୮୯,୫୫୬ ମହିଳା ହସ୍ତଶିଳ୍ପୀ ରାଜ୍ୟରେ କାର୍ଯ୍ୟରତ। ୯୩୯ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହସ୍ତଶିଳ୍ପ ପ୍ରସ୍ତୁତ କରି ଆର୍ଥିକ ଦୃଷ୍ଟିରୁ କ୍ଷମତାପନ୍ନ ହୋଇଛନ୍ତି। ୨୦୨୧ରୁ ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନା କାର୍ଯ୍ୟକାରୀ କରାଯାଉଛି। ବୁଣାକାରମାନଙ୍କୁ ବୈଦ୍ୟୁତିକ ପଙ୍ଖା, ବଲ୍‌ବ ଓ ଇନ୍‌ଭର୍ଟର ଯୋଗାଇ ଦିଆଯାଉଛି। ୯୦୪୧ ଜଣ ବୁଣାକାର ଏହି ଯୋଜନାରେ ଲାଭ ପାଇପାରିଛନ୍ତି ବୋଲି ସେ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୫୭,୭୨୭ କାରିଗରଙ୍କୁ ଦକ୍ଷତା ତାଲିମ ଦିଆଯାଇଛି। ଶିଳ୍ପୀ ଉନ୍ନତି ଯୋଜନାରେ ହସ୍ତଶିଳ୍ପ ୟୁନିଟ୍‌ ସ୍ଥାପନ ପାଇଁ ବ୍ୟାଙ୍କ ଋଣ ନେବା ପାଇଁ ୨୦% ମାର୍ଜିନ୍‌ ରାଶି ସହାୟତା ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଯୋଗାଇ ଦିଆଯାଇଛି। ୨୦୦୦ରୁ ବର୍ତ୍ତମାନ ସୁଦ୍ଧା ୧୩,୬୧୮ ହସ୍ତଶିଳ୍ପ କାରିଗର ଏହି ଯୋଜନାରୁ ଲାଭ ଉଠାଇଛନ୍ତି। ରାଜ୍ୟର ଟସର ସିଲ୍‌କ ପାର୍କ ମଡେଲକୁ ଜାତୀୟ ସ୍ବୀକୃତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri