Posted inଜାତୀୟ

ସୁପ୍ରିମକୋର୍ଟରେ ପହଞ୍ଚିଲା ନୂଆ ସଂସଦ ଭବନର ଉଦ୍‌ଘାଟନୀ ମାମଲା

ନୂଆଦିଲ୍ଲୀ,୨୫।୫: ନୂତନ ସଂସଦ ଭବନର ଉଦ୍‌ଘାଟନ ପ୍ରସଙ୍ଗ ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରାଯାଇଛି। ପିଟିସନରେ ଲୋକ ସଭା ସଚିବାଳୟ ଏବଂ ଭାରତ ସରକାରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଦ୍‌ଘାଟନ କରିବାକୁ ନିର୍ଦ୍ଦେଶ ଦେବାକୁ ଦାବି କରାଯାଇଛି। ଆଡଭୋକେଟ ସିଆର୍‌ ଜୟା ସୁକିନ ଏହି ଆବେଦନ କରିଛନ୍ତି। ଏହି ଆବେଦନରେ କୁହାଯାଇଛି ଯେ, ରାଷ୍ଟ୍ରପତିଙ୍କୁ ଉଦ୍‌ଘାଟନୀ ସମାରୋହରୁ ବାଦ୍‌ ଦେଇ ଭାରତ ସରକାର ଭାରତୀୟ ସମ୍ବିଧାନର ଉଲ୍ଲଂଘନ କରିଛନ୍ତି। ଅନ୍ୟପଟେ, ଏହାକୁ ବିରୋଧ କରି ୧୯ଟି ଦଳ ନୂତନ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ରେ ନୂତନ ସଂସଦ ଭବନର ଉଦ୍‌ଘାଟନ କରିବାକୁ ଯାଉଛନ୍ତି।

ସଂସଦ ହେଉଛି ଭାରତର ସର୍ବୋଚ୍ଚ ବିଧାନ ପରିଷଦ ବୋଲି ଆବେଦନରେ କୁହାଯାଇଛି। ଭାରତ ସଂସଦରେ ରାଷ୍ଟ୍ରପତି ଏବଂ ଦୁଇଟି ଗୃହ ରାଜ୍ୟ ସଭା ଏବଂ ଲୋକ ସଭା ସାମିଲ ଅଛି। ରାଷ୍ଟ୍ରପତିଙ୍କ ପାଖରେ କୌଣସି ସଂସଦ କିମ୍ବା ଲୋକ ସଭା ଭଙ୍ଗ କରିବାର କ୍ଷମତା ରହିଛି। ରାଷ୍ଟ୍ରପତି ସଂସଦର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଏହି ଆବେଦନରେ ଦର୍ଶାଯାଇଛି। ଏଭଳି ପରିସ୍ଥିତିରେ ରାଷ୍ଟ୍ରପତିଙ୍କୁ ଭିତ୍ତି ପ୍ରସ୍ତର ସ୍ଥାପନ ସମାରୋହରୁ କାହିଁକି ଦୂରେଇ ରଖାଗଲା? ଏହି ନିଷ୍ପତ୍ତି ଅପବ୍ୟବହାର ଏବଂ ରାଷ୍ଟ୍ରର ଲୋକଙ୍କୁ ବଞ୍ଚିତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri