Posted inଜାତୀୟ

ନୂଆ ସଂସଦ ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ଶାହା, କହିଲେ କଂଗ୍ରେସ ସହ ଚାଲୁଥିବା ଲୋକ…

ନୂଆଦିଲ୍ଲୀ,୨୫।୫: ନୂତନ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତିକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ଗୁରୁବାର ଆସାମରେ ଶାହା କହିଛନ୍ତି, କଂଗ୍ରେସ ଦଳର ମନୋଭାବ ନକାରାତ୍ମକ। ଦେଶକୁ ଏକ ନୂତନ ସଂସଦ ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି କାର୍ଯ୍ୟ କରୁଛନ୍ତି ଏବଂ କଂଗ୍ରେସ ଏବଂ ଏହାର ସହଯୋଗୀମାନେ ଏଡାକୁ ରାଜନୀତି କରୁଛନ୍ତି। ରାଷ୍ଟ୍ରପତିଙ୍କ ନାମ ନେଇ ସେମାନେ ବାହାନା କରୁଛନ୍ତି।

ସେ ଆହୁରି କହିଛନ୍ତି, ଯେଉଁମାନେ କଂଗ୍ରେସ ସହିତ ଚାଲନ୍ତି ମୁଁ ସେମାନଙ୍କୁ କହିବାକୁ ଚାହେଁ ଯେ ଯଦି ଆପଣ ସେମାନଙ୍କ ସହ ଚାଲନ୍ତି ତେବେ ଆପଣ ସେମାନଙ୍କ ପରି ହୋଇଯିବେ। ଦେଶର ଜନତା ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ମନୋନୀତ କରିଛନ୍ତି। ଦେଶ କଂଗ୍ରେସ ଉପରେ ନିର୍ଭରଶୀଳ ହେବ ନାହିଁ। ଯେତେବେଳେ ବି ପ୍ରଧାନମନ୍ତ୍ରୀ କୌଣସି କାର୍ଯ୍ୟକ୍ରମ କରନ୍ତି, ତେବେ ଏହି ଲୋକମାନେ ବୟକଟ କାମ କରନ୍ତି। ଆପଣ କଣ କରୁଛନ୍ତି ତାହା ଭାରତର ଲୋକମାନେ ଦେଖୁଛନ୍ତି। ପରବର୍ତ୍ତୀ ସମୟରେ ଏତେ ସଂଖ୍ୟକ ସିଟ୍‌ ଆସିବ ନାହିଁ । ତା’ପରେ ମୋଦି ଜୀ ୩୦୦ରୁ ଅଧିକ ସିଟ ସହ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri