Posted inଜାତୀୟ

କ୍ୟାମ୍ପସ୍‌ରେ ଛାତ୍ରୀଙ୍କୁ ହତ୍ୟା ପରେ ସହପାଠୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୨୬ା୫: ଉତ୍ତରପ୍ରଦେଶ ନୋଏଡ଼ାସ୍ଥିତ ଶିବ ନାଦର ୟୁନିଭର୍ସିଟି କ୍ୟାମ୍ପସ୍‌ରେ ଚଳିତ ମାସରେ ଦୁଇ ଛାତ୍ରୀଛାତ୍ରଙ୍କ ଜୀବନ ଗଲାଣି। ୨୨ ବର୍ଷୀୟ ଅନୁଜ ଜୈନ୍‌ ଗତ ୧୮ ତାରିଖରେ ତାଙ୍କ ସହପାଠୀ ସ୍ନେହ ଚୌରାସିଆଙ୍କୁ ଗୁଳିକରି ହତ୍ୟା କରିଥିଲେ। ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ରୁ ଏହି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏହାର କିଛି ଘଣ୍ଟା ପରେ ଅନୁଜ ଆତ୍ମହତ୍ୟା କରିଥିଲେ। ସେ ଛାଡ଼ିଯାଇଥିବା ଇମେଲ୍‌ରେ ହତ୍ୟାକାଣ୍ଡ ଓ ଆତ୍ମହତ୍ୟାର କାରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ଛାତ୍ରୀ ସ୍ନେହାଙ୍କୁ ଅନୁଜ ହଇରାଣ କରିବା ସହ ୪ ମାସ ମଧ୍ୟରେ ୨ ଥର ଆକ୍ରମଣ କରିଥିବା ନେଇ ସେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। କ୍ୟାମ୍ପସ୍‌ ଭିତରେ ଅନୁଜ ଚୋରାରେ ବନ୍ଧୁକ ରଖିଥିବାରୁ ଏଥିପାଇଁ କର୍ତ୍ତୃପକ୍ଷଙ୍କୁ ଦାୟୀ କରାଯାଇଛି। ନୋଏଡ଼ା ପୋଲିସ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ ଏତଲା ଦାଏର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri