ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ସିଂ ଅଧ୍ୟକ୍ଷତା କରି ୨୦୨୩-୨୪ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପ ନିମନ୍ତେ ପ୍ରଥମ ୩ ମାସ ପାଇଁ ଅନୁମୋଦିତ ହୋଇଥିବା ବ୍ୟୟବରାଦକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଖର୍ଚ୍ଚ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ୩ ମାସ ପାଇଁ ବିଭାଗ ବଜେଟର ୨୫ ପ୍ରତିଶତ ବ୍ୟୟ ଧାର୍ଯ୍ୟ ଥିଲେ ହେଁ ଅନେକ ଡିଭିଜନରେ ଏହି ଲକ୍ଷ୍ୟ ହାସଲ ହୋଇପାରିନାହିଁ। ଆସନ୍ତା ଜୁନ ଶେଷସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ସଚିବ କଡ଼ା ନିର୍ଦ୍ଦେଶ ଦେବା ସହ ଅବହେଳା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟଯନ୍ତ୍ରୀ ଉତ୍ତରଦାୟୀ ରହିବେ ବୋଲି କହିଛନ୍ତି। ସେହିପରି କ୍ଷେତ୍ରୀୟ ସ୍ତରରେ ବ୍ୟୟ ପାଇଁ ମଗାଯାଉଥିବା ଅନୁଦାନ ରାଶି ୪୮ ଘଣ୍ଟା ଭିତରେ ମିଳିଯିବା ଜରୁରୀ। ମୁଖ୍ୟଯନ୍ତ୍ରୀମାନେ ଏଥିପ୍ରତି ଯତ୍ନବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ସମ୍ପୂର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ । ପ୍ରକଳ୍ପ ସମ୍ପୂର୍ଣ୍ଣ ପାଇଁ ଡିଭିଜନଗୁଡିକ ବିଭାଗକୁ ଦେଉଥିବା ସମୟସୀମା କୌଣସି ପରିସ୍ଥିତିରେ ପାର ହେବା ଉଚିତ ନୁହେଁ। ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓସ୍ବାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସର୍ବୋଚ୍ଚ ପ୍ରାଥମିକତା ପ୍ରକଳ୍ପଗୁଡିକ ଆସନ୍ତା ଜୁନ୍‌ ୭ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରି ୨୦୨୪ ଫେବୃୟାରୀ ସୁଦ୍ଧା ପ୍ରକଳ୍ପ ସାରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୂର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ୬୦ଟି ଡିଭିଜନ ଏବଂ ୧୩ଟି ଇଞ୍ଜିନିୟରିଂ ସର୍କଲ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଭର୍ଚୁଆଲ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ସିଂ ପଚାରି ବୁଝିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ବତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡା, ଇଆଇସି ଅକ୍ଷୟ ପ୍ରଧାନ, ଇଆଇସି ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri