ଉପୁଡ଼ିଲା ଗଛ, ଭାଙ୍ଗିଲା ସ୍କୁଲ ଆଜ୍‌ବେଷ୍ଟସ

ଖୋର୍ଦ୍ଧା ଅଫିସ/ବାଣପୁର,୨୬ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍‌ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଉପୁଡ଼ିବା ସହ ଡାଳ ଭାଙ୍ଗି ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିଲା।
ଗୁରୁବାର ପୂର୍ବାହ୍ନରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇଥିଲା। ହେଲେ ଅପରାହ୍ନ ୪ଟାରେ ହଠାତ୍‌ ପବନ ବହିବା ସାଙ୍ଗକୁ ବର୍ଷା ହୋଇଥିଲା। ଲୋକମାନେ ତାତିରୁ ସାମାନ୍ୟ ଆଶ୍ୱସ୍ତି ପାଇଥିଲେ। ହେଲେ ଝଡ଼ତୋଫାନରେ ଖୋର୍ଦ୍ଧା ବ୍ଲକ କାଇପଦର ସରକାରୀ ଉଚ୍ଚ ବିଦ୍ୟାଳୟର ଦୁଇଟି ସାଇକଲ ଷ୍ଟାଣ୍ଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପୁରାତନ ଗୃହର ଆଜବେଷ୍ଟସଗୁଡିକ ଭାଙ୍ଗି ଯାଇଛି। ବିଦ୍ୟାଳୟ ପରିସରରେ ରହିଥିବା ଗଛଗୁଡିକ ଭାଙ୍ଗି ପାଚେରି ଉପରେ ପଡିଛି। ବିଦ୍ୟାଳୟର ପ୍ରାୟ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ସେହିପରି ବାଣପୁର ନୀଳାଦ୍ରି ପଞ୍ଚାୟତର ନୀଳାଦ୍ରି ଗ୍ରାମରେ ଥିବା ଏକ ତେନ୍ତୁଳି ଗଛ ଉପୁଡି ଅଶୋକ ପ୍ରଧାନଙ୍କ ଘର ଉପରେ ପଡିଯାଇଥିଲା। ଫଳରେ ଅଶୋକଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ ଘର ବାରଣ୍ଡାରେ ବସିଥିବା ଅଶୋକଙ୍କ ଭାଇ ସୁର ପ୍ରଧାନ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ଗ୍ରାମର ବିଦୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଖବରପାଇ ସ୍ଥାନୀୟ ସରପଞ୍ଚ ଉମାକାନ୍ତ ସାହୁ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେବା ସହ ଆହତ ସୁରଙ୍କୁ ଗ୍ରାମବାସୀଙ୍କ ସହାୟତାରେ ଡାକ୍ତରଖାନାକୁ ପଠାଇଥିଲେ। ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ଓ ତାଙ୍କ ଟିମ ପହଞ୍ଚିି ଘର ଉପରେ ପଡ଼ିଥିବା ଗଛକୁ ହଟାଇଥିଲେ। ତୁରନ୍ତ ଘର ମରାମତି ପାଇଁ ସରକାରୀ ସହାୟତା ଯୋଗାଇଦେବା ପାଇଁ ସରପଞ୍ଚଙ୍କୁ ଗ୍ରାମବାସୀ ଅନୁରୋଧ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri