Posted inଖେଳ

ଅମୃତଜୟ, ମୈତ୍ରେୟ-ଶିବମ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୭।୫ (କ୍ରୀଡ଼ା ପ୍ରତିନିଧି): ଅଲ୍‌ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଓ ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ)ର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୯ ତାରିଖରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଭାରତର ବିଭିନ୍ନ ସ୍ଥାନରୁ ୭୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହାର ଫାଇନାଲରେ ଓଡ଼ିଶାର ଅମୃତଜୟ ମହାନ୍ତି ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ମଧ୍ୟପ୍ରଦେଶର ୟଶ୍‌ ଯାଦବଙ୍କୁ ୧-୬, ୬୩-, ୭-୬ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌ରେ ହାରିଥିଲେ ମଧ୍ୟ ଅମୃତଜୟ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ୟାରିୟରର ପ୍ରଥମ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଡବଲ୍ସରେ ମହାରାଷ୍ଟ୍ରର ମୈତ୍ରେୟ ଭଗତ ଓ ଶିବମ୍‌ କଦମ ଚାମ୍ପିୟନ ହୋଇଛନ୍ତି। ଏହି ଯୋଡ଼ି ଫାଇନାଲରେ ପଶ୍ଚିମବଙ୍ଗର ମହମ୍ମଦ ଫରଦିନ ଓ ନାଗାଲାଣ୍ଡର ଖାତେ ଭିଲାସିରଙ୍କୁ ସିଧାସଳଖ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ଜ୍ୟୋତି ଶଙ୍କର ନନ୍ଦ ଟୁର୍ନାମେଣ୍ଟରେ ମ୍ୟାଚ ରେଫରି ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri