Posted inଜାତୀୟ

ଦୈନିକ ସଂକ୍ରମଣ ୫ ଶହରୁ କମ୍‌, ସୁସ୍ଥତା ହାର ୯୮.୮୦ ପ୍ରତିଶତ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୨୪ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୫ ହଜାର ୨୫୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୮୭୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୫୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୯ ହଜାର ୩୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୨ ହଜାର ୨୨୩ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri