ସୁରକ୍ଷାକର୍ମୀଙ୍କ ଦଳ ଉପରେ ଆତ୍ମଘାତୀ ଆକ୍ରମଣ: ୨ ମୃତ, ୧୯ ଆହତ…

ଇସଲାମାବାଦ,୨୭।୫ : ପାକିସ୍ତାନର ଅଶାନ୍ତ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ସୁରକ୍ଷା ବାହିନୀଙ୍କର ଏକ ଦଳକୁ ଟାର୍ଗେଟ କରାଯାଇଛି। ବିସ୍ଫୋରକ ସାମଗ୍ରୀ ଥିବା ମୋଟରସାଇକେଲରେ ଆତ୍ମଘାତୀ ବିସ୍ଫୋରଣରେ ୧୯ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଏହା ସହିତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି।

ସୁରକ୍ଷା ବାହିନୀଙ୍କର ଏହି ଦଳ ଖାଇବର ପାସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ ଖାନରୁ ଦକ୍ଷିଣ ୱାଜିରିସ୍ତାନର ଆସମାନ ମଞ୍ଜା ଅଞ୍ଚଳକୁ ଯାଉଥିବାବେଳେ ଆତ୍ମଘାତୀ ବିସ୍ଫୋରଣକାରୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ବୋମା ନିଷ୍କ୍ରିୟକାରୀ ଦଳର ଦାୟିତ୍ୱରେ ଥିବା ଇନାୟତୁଲ୍ଲା ଟାଇଗର କହିଛନ୍ତି। ସେ କହିଛନ୍ତି ସୁରକ୍ଷା ବାହିନୀର ଦୁଇଜଣ ସଦସ୍ୟଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ସମଗ୍ର ଅଞ୍ଚଳକୁ କର୍ଡନ କରାଯାଇଛି ଏବଂ ପାକିସ୍ତାନର ଆଇନ ପ୍ରଣୟନକାରୀ ସଂସ୍ଥା ଏହି ଆକ୍ରମଣ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏପର୍ଯ୍ୟନ୍ତ ଏହି ଆକ୍ରମଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରିନାହାଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri