କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ସେବାୟତ ଜଗନ୍ନାଥ ସ୍ବାଇଁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା ଲୋକ ସଭା ସଦସ୍ୟ ଅନୁଭବ ମହାନ୍ତିଙ୍କ ସମେତ କମଲ ଓ୍ବାଚ୍‌ କୋ.ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ କମଲ ୱାଚ୍‌ କନ୍‌ସେପ୍ଟର ନିର୍ଦ୍ଦେଶକ ନିଶାନ୍ତ ଟୋଟଲା କହିଛନ୍ତି, କମଲ ୱାଚ୍‌ କୋ ସହ ଜଡ଼ିତ ହେବା ଏକ ଗୌରବର ବିଷୟ, ଯାହାକି ଏକ ବ୍ରାଣ୍ଡ୍‌ ଚମତ୍କାରିତା ଏବଂ ଅତୁଳନୀୟ କାରିଗରିର ଉଦାହରଣ । ବିଶେଷକରି ଶୋ’ରୁମ୍‌ ଆରମ୍ଭ ହେବା ସହିତ ଗ୍ରାହକଙ୍କୁ ଆମେ ଏକ ଅପୂର୍ବ ଅଭିଜ୍ଞତା ଯୋଗାଇବାକୁ ଲକ୍ଷ୍ୟ ରଖିଛୁ। ସୂଚନାଯୋଗ୍ୟ, ୧୯୬୯ରେ ହାଇଦ୍ରାବାଦର ଆବିଡସଠାରେ ପ୍ରତିଷ୍ଠାନର ପ୍ରଥମ ଷ୍ଟୋର ପ୍ରତିଷ୍ଠା ହୋଇଥିବା ବେଳେ ବର୍ତ୍ତମାନ ସମୟରେ ପ୍ରତିଷ୍ଠାନର ୫୦ ତମ ଷ୍ଟୋର ଭାରତ ବଜାରରେ ରହିଛି। ସେହିଭଳି ଓଡ଼ିଶା ବଜାରରେ ପ୍ରତିଷ୍ଠାନର ଏହା ୩ୟ ଷ୍ଟୋର ହୋଇଥିବା ବେଳେ ଏହା ପୂର୍ବରୁ ଭୁବନେଶ୍ୱରର ଏସ୍‌ପ୍ଲାନେଡ୍‌ ମଲ୍‌ ଓ ଜନପଥ ରୋଡ୍‌ରେ ୨ଟି ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଦୀର୍ଘଦିନରୁ କାରବାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri