ନାନା ସମସ୍ୟାରେ ବରୁଆଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ଯାଜପୁର ସଦର,୨୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଅଁା ପଞ୍ଚାୟତର ବରୁଅଁା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ସମସ୍ୟା ଲାଗିରହିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୫ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ମାତ୍ର ଡାକ୍ତର ନ ଥିବାରୁ ସେମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଣେ ଫାର୍ମାସିଷ୍ଟ, ଜଣେ ଆଟେଡାଣ୍ଟ ଓ ଜଣେ ମହିଳା ଝାଡୁଦାରରେ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳିତ ହେଉଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବହୁ ପୁରାତନ ହୋଇଥିଲେ ମଧ୍ୟ ଏହା ଉପରେ ବିଭାଗର ନଜର ନ ଥିବାଭଳି ଲାଗୁଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ପୁରୁଣା କୋଠା ଘର ମରାମତି ନ ହେବାରୁ ତାହା ଭୂତକୋଠି ପାଲଟିଛି। ସ୍ବାସ୍ଥ୍ୟକେନ୍ଦ୍ର ସୁଚାରୁ ରୂପେ ଚାଲିବାକୁ ହେଲେ ଡାକ୍ତରଙ୍କ ବ୍ୟତୀତ ୬ କର୍ମଚାରୀ ଆବଶ୍ୟକଥିବା ବେଳେ ମାତ୍ର ୩ ଜଣ ରହିଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଏକ ବର୍ଷ ପୂର୍ବରୁ ପଞ୍ଚମ ରାଜ୍ୟ ଅର୍ଥ କମିଶନ ଅନୁଦାନକ୍ରମେ ୮ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏହା କାର୍ଯ୍ୟକ୍ଷମ ହୋଇ ନ ଥିବା ଦେଖାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରର ପାଚେରି ନ ଥିବାରୁ ମାଫିଆ ଏଠାରେ ବାଲି ଷ୍ଟକ୍‌ କରି ବ୍ୟବସାୟ କରୁଛନ୍ତି। ସାପରେ ଏହା ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳ ପାଲଟୁଛି। ମଦ ମାଂସର ଆସର ଜମୁଛି। ଏନେଇ ଡାକ୍ତରଖାନା ତରଫରୁ ସଦର ଥାନାରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରଭାବ ପଡୁନାହିଁ। ତେଣୁ ଜିଲା ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ତୁରନ୍ତ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟାଗୁଡ଼ିକ ପ୍ରତି ଧ୍ୟାନ ଦେଇ ତା’ର ସମାଧାନ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri