Posted inଜାତୀୟ

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ୮ ଜୀବନ

ଧାନବାଦ,୨୯ା୫: ଝାଡ଼ଖଣ୍ଡ ଧାନବାଦ ଜିଲାର ନିଚିତପୁର ରେଲଓ୍ବେ ଗେଟ୍‌ ନିକଟରେ ସୋମବାର ଖୁଣ୍ଟ ପୋତୁଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୮ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ଶ୍ରମିକମାନେ ଖୁଣ୍ଟ ପୋତୁଥିବା ବେଳେ ୨୫,୦୦୦ ଭୋଲ୍ଟ ହାଇଟେନ୍‌ଶନ ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲା। ଫଳରେ ୮ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କେତେଜଣ ଶ୍ରମିକ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହାଓ୍ବଡ଼ା-ନୂଆଦିଲ୍ଲୀ ରେଳଲାଇନର ଧାନବାଦ ଏବଂ ଗୋମୋହ ମଧ୍ୟବର୍ତ୍ତୀ ସ୍ଥାନରେ ଏହି ଦୁର୍ଘଟଣା ଘଟିଛି। ଫଳାରେ ସେହି ରୁଟ୍‌ ଦେଇ ଯିବାକୁ ଥିବା ଟ୍ରେନ୍‌ଗୁଡ଼ିକୁ ବିଭିନ୍ନ ଷ୍ଟେଶନରେ ଅଟକା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri