ସବୁ କଚ୍ଚାଘର ହେବ ପକ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ୪ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗ୍ରାମାଞ୍ଚଳକୁ ନୂଆ ଯୋଜନା ଭେଟି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନାରେ ପକ୍କାଘର ପାଇବାକୁ ଯୋଗ୍ୟ ବିବେଚିତ ହେଉ ନ ଥିବା ଏବଂ ପକ୍କା ଘର ନ ଥିବା ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ‘ମୋ ଘର’ ନାମରେ ନୂଆ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଆସନ୍ତା ୨ ବର୍ଷ ପାଇଁ ରାଜ୍ୟ ସରକାର ୪ ଲକ୍ଷ ହିତାଧିକାରୀଙ୍କ ପାଇଁ ୨୧୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ପଞ୍ଚୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏ ସମ୍ପର୍କିତ ପ୍ରସ୍ତାବକୁ ସୋମବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ସାଧାରଣ ନିର୍ବାଚନକୁ ଆଉ କିଛି ମାସ ବାକି ରହିଛି। ଗ୍ରାମାଞ୍ଚଳ ଭୋଟରଙ୍କ ଉପରେ ଏବେ ନଜର। ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ବାସଗୃହ ଓ ପାନୀୟ ଜଳ ଯୋଗାଣ ଉପରେ ରାଜ୍ୟ ସରକାର ଅଧିକ ଫୋକସ ଦେଉଛନ୍ତି ବୋଲି ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ କୁହାଯାଉଛି।
ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାରେ ଥିବା କଠୋର ଚୟନ ମାନଦଣ୍ଡ ଦ୍ୱାରା ବାଦ୍‌ ପଡ଼ିଥିବା ପରିବାର କିମ୍ବା ସ୍ବଳ୍ପ ଗୃହ ମଞ୍ଜୁର ଲକ୍ଷ୍ୟ ଧାର୍ଯ୍ୟ କାରଣରୁ ବଞ୍ଚିତ ଥିବା ପରିବାର ଏହି ନୂତନ ଯୋଜନାରେ ଉପକୃତ ହୋଇପାରିବେ। ସେହିପରି ପୂର୍ବରୁ ସ୍ବଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ମଧ୍ୟ ଏହି ଯୋଜନା ମାଧ୍ୟମରେ ନିଜ ଗୃହର ଉନ୍ନତୀକରଣ ଅଥବା ସମ୍ପ୍ରସାରଣ କରିପାରିବେ। ଯଦି କୌଣସି ପରିବାର କଚ୍ଚା ଘରେ କିମ୍ବା ଗୋଟିଏ କଠୋରି ଥିବା କଂକ୍ରିଟ ଛାତ ଘରେ ବସବାସ କରୁଥିବେ ଏବଂ ପୂର୍ବରୁ ସରକାରଙ୍କଠାରୁ କୌଣସି ଗୃହ ନିର୍ମାଣ ସହାୟତା ପାଇ ନଥିଲେ ଏହି ଯୋଜନାର ଲାଭ ପାଇପାରିବେ। ତେବେ କୌଣସି ହିତାଧିକାରୀ ୭୦ ହଜାର ଟଙ୍କାରୁ କମ୍‌ ପରିମାଣର ସହାୟତା ପାଇଥିଲେ ଏବଂ ସେମାନଙ୍କର ମାସିକ ଆୟ ୨୫ ହଜାର ଟଙ୍କାରୁ କମ୍‌ ଥିଲେ, ଅଣବ୍ୟବସାୟିକ ମୋଟରଚାଳିତ ଚାରିଚକିଆ ଯାନ ନ ଥିଲେ, ପରିବାରର କୌଣସି ସଦସ୍ୟ ସରକାରୀ କିମ୍ବା ସରକାରୀ ଉଦ୍ୟୋଗରେ ନିୟମିତ କର୍ମଚାରୀ କିମ୍ବା ପେନସନଭୋଗୀ ହୋଇ ନ ଥିଲେ, ୫ ଏକରରୁ କମ୍‌ ଜଳସେଚିତ କିମ୍ବା ୧୫ ଏକରରୁ କମ୍‌ ଅଣଜଳସେଚିତ ଜମି ଥିଲେ ସେହି ପରିବାରଙ୍କୁ ମୋ ଘର ଯୋଜନାରେ ସହାୟତା ମିଳିପାରିବ।
ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇପାରିବେ। ପ୍ରଥମ ବର୍ଷର ରିହାତି ଅବଧିକୁ ବାଦ୍‌ ଦେଇ ପରବର୍ତ୍ତୀ ୧୦ ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାକୁ ହେବ। ଏହି ଯୋଜନାରେ ୧ ଲକ୍ଷ, ୧.୫ ଲକ୍ଷ, ୨ ଲକ୍ଷ ଓ ୩ ଲକ୍ଷ ଟଙ୍କାର ବ୍ୟାଙ୍କ ଋଣ ବ୍ୟବସ୍ଥା ରହିଛି। ଏଥିମଧ୍ୟରୁ ଆବେଦନକାରୀଙ୍କୁ ଗୋଟିଏ ପ୍ରକାରର ଋଣକୁ ବାଛିବାକୁ ହେବ। ଏହି ସବୁ ପ୍ରକାର ଋଣ ପାଇଁ ସବ୍‌ସିଡିର ବ୍ୟବସ୍ଥା କରାଯାଇଛି। ୧ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୩୦ ହଜାର ଟଙ୍କା ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୪୦ ହଜାର ଟଙ୍କା ସବ୍‌ସିଡି ମିଳିବ। ୧.୫ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୪୫ ହଜାର ଟଙ୍କା ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୫୫ ହଜାର ଟଙ୍କା, ୨ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୬୦ ହଜାର ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୭୦ ହଜାର, ୩ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୬୦ ହଜାର ଏବଂ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୭୦ ହଜାର ଟଙ୍କା ସବ୍‌ସିଡି ମିଳିବ।
ହିତାଧିକାରୀ ଇଚ୍ଛା କଲେ ୧୦ ବର୍ଷ ପୂର୍ବରୁ ମଧ୍ୟ ଋଣ ପରିଶୋଧ କରିପାରିବେ ଓ ମାସିକ କିସ୍ତି ରାଶିର ପରିମାଣ ବୃଦ୍ଧି କରିପାରିବେ। ବ୍ୟାଙ୍କ ହିତାଧିକାରୀଙ୍କଠାରୁ ପ୍ରାକ୍‌ ଋଣ ପରିଶୋଧ ବାବଦ କୌଣସି ଜରିମାନା ଅର୍ଥ ଆଦାୟ କରିପାରିବ ନାହିଁ। ଆବେଦନକାରୀ ଋଣ ପରିମାଣର ଅନ୍ତତଃ ୧୦% ଅର୍ଥରାଶି ମାର୍ଜିନ ଅର୍ଥ ହିସାବରେ ବିନିଯୋଗ କରିବେ। ଏହି ସର୍ବନିମ୍ନ ଅର୍ଥକୁ ଆବେଦନକାରୀ ଶ୍ରମଦାନ, ଗୃହ ନିର୍ମାଣ ସାମଗ୍ରୀ କ୍ରୟ କିମ୍ବା ଅର୍ଥ ଆକାରରେ ବିନିଯୋଗ କରିପାରିବେ। ଗୃହ ନିର୍ମାଣ କରାଯାଉଥିବା ଜମି ସ୍ବତ୍ୱ ସ୍ଥିତିବାନ ବର୍ଗର ଓ ଘରବାରି କିସମର ହୋଇଥିବା ଆବଶ୍ୟକ। ଏହି ଜମିକୁ ଆବେଦନକାରୀ ସବ୍‌ ରେଜିଷ୍ଟ୍ରାର ଅଫିସରେ ଋଣ ପରିଶୋଧ ପର୍ଯ୍ୟନ୍ତ ବନ୍ଧକ ସୂତ୍ରରେ ପଞ୍ଜୀକରଣ କରିବାକୁ ହେବ। ହିତାଧିକାରୀଙ୍କ ଆର୍ଥିକ ବୋଝକୁ ହ୍ରାସ କରିବାକୁ ରାଜ୍ୟ ସରକାର ବନ୍ଧକ ସମୟରେ ଆବଶ୍ୟକ ପଞ୍ଜୀକରଣ ଶୁଳ୍କ ଓ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରିଛନ୍ତି। ସେହିପରି ଋଣ ନିମନ୍ତେ ସବ୍‌ ରେଜିଷ୍ଟ୍ରାର ଅଫିସରୁ ଆବଶ୍ୟକ ଦସ୍ତାବିଜର ପ୍ରମାଣୀକୃତ ନକଲ, ଇସି ଇତ୍ୟାଦି ପାଇବା ପାଇଁ ଆବଶ୍ୟକ ଦେୟକୁ ମଧ୍ୟ ସରକାର ଛାଡ଼ କରିଛନ୍ତି। ଗୃହ ନିର୍ମାଣ ସ୍ତର ଅନୁସାରେ ଋଣ ରାଶି ୨/୩ ପର୍ଯ୍ୟାୟରେ ପ୍ରଦାନ କରାଯିବ। ଋଣ ଆବେଦନ ନିମନ୍ତେ ରାଜ୍ୟ ସରକାର ଆଇନ ପରାମର୍ଶଦାତାଙ୍କ ଖର୍ଚ୍ଚ ବାବଦକୁ ୧ ହଜାର ଟଙ୍କା ବହନ କରିବେ। ଏହି ଯୋଜନାରେ ପୂର୍ବରୁ ପାଇ ନ ଥିବା ହିତାଧିକାରୀଙ୍କୁ ଶୌଚଳାୟ ନିର୍ମାଣ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ ଆଦି ଯୋଜନାରେ ମଧ୍ୟ ସାମିଲ କରାଯିବ। ବ୍ୟାଙ୍କ ପକ୍ଷରୁ କୌଣସି ପ୍ର୍‌କାର ପ୍ରୋସେସିଂ ଫି ଆଦାୟ କରାଯିବ ନାହିଁ।
ଏହି ଯୋଜନାରେ ଆବେଦନ ନିମନ୍ତେ ଏକ ନିର୍ଦ୍ଦିଷ୍ଟ ୱେବ୍‌ସାଇଟ୍‌ https://rhodisha.gov.in/moghara କାର୍ଯ୍ୟକ୍ଷମ ହେବ। ଏହି ୱେବ୍‌ସାଇଟ୍‌ ମାଧ୍ୟମରେ ଋଣ ଆବେଦନ ତଦାରଖ ଓ ପରିଚାଳନା କରାଯାଇପାରିବ। ଋଣ ପାଇବା ପାଇଁ ଇଚ୍ଛୁକ ବ୍ୟକ୍ତିଙ୍କୁ ଆବେଦନ କରିବା ପୂର୍ବରୁ ଏହି ୱେବ୍‌ସାଇଟ୍‌ରେ ପ୍ରଥମେ ପଞ୍ଜୀକରଣ କରିବାକୁ ପଡ଼ିବ, ଯାହା ଓଟିପି ମାଧ୍ୟମରେ ବୈଧ ହେବ। ଆସନ୍ତା ଜୁନ୍‌ ୧୬ରୁ ଆବେଦନ ଗ୍ରହଣ କରାଯିବ। ଆବେଦନକାରୀ ନିଜେ କିମ୍ବା ‘ମୋ ସେବା କେନ୍ଦ୍ର’ ମାଧ୍ୟମରେ ଆବେଦନ ଦରଖାସ୍ତ ପୂରଣ କରିପାରିବେ। ଆବେଦନପତ୍ର ଦାଖଲ ସମୟରେ ଆବେଦନକାରୀଙ୍କୁ ପାସ୍‌ପୋର୍ଟ ଆକାରର ଫଟୋ, ଆଧାର କାର୍ଡ, କେୱାଇସି ଡକ୍ୟୁମେଣ୍ଟ (ଭୋଟର ଆଇଡି, ପାନ୍‌ କାର୍ଡ, ଜବ୍‌ କାର୍ଡ, ଡ୍ରାଇଭିଂ ଲାଇସେନ୍ସ), ଜମି ରେକର୍ଡ, ଜାତି ପ୍ରମାଣପତ୍ର, ଭିନ୍ନକ୍ଷମ ପ୍ରମାଣପତ୍ର, ଆୟ, ପ୍ରମାଣପତ୍ର ଇତ୍ୟାଦି କାଗଜପତ୍ର ସଂଲଗ୍ନ କରିବାକୁ ପଡ଼ିବ।
ଏହି ନୂଆ ଯୋଜନା ସହିତ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାଜ୍ୟ ସରକାର ଗ୍ରାମାଞ୍ଚଳ ପାନୀୟ ଯୋଗାଣ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ବଲାଙ୍ଗୀର, ଗଜପତି ଓ ଗଞ୍ଜାମ ଜିଲାର ୧୨ ଲକ୍ଷ ୮୫ ହଜାର ୮୦୧ ଜଣ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାୟ ୨୩୧୦ କୋଟି ଟଙ୍କା ଖର୍ଚ୍ଚ କରିବେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଟେଣ୍ଡର ଅନୁମୋଦନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri