Posted inଜାତୀୟ

ଜଳଭଣ୍ଡାର ଶୁଖାଇଥିଲେ, ୫୩ ହଜାର ଗଣିବେ

ରାୟପୁର, ୩୧ା୫:   ଶୁଖାଇଥିବା ଛତିଶଗଡ଼ କୋୟାଲିବେଡ଼ା ବ୍ଲକ୍‌ର ଖାଦ୍ୟ ନିରୀକ୍ଷକ ରାଜେଶ ବିଶ୍ୱାସ ଏବେ ୫୩ ହଜାର ଟଙ୍କା ଗଣିବେ। ଜଳସମ୍ପଦ ବିଭାଗ ତାଙ୍କୁ ୫୩ ହଜାର ଟଙ୍କା ପୈଠ କରିବାକୁ ନିର୍ଦ୍ଦେଶ ଦେଇଛି। ଜଳଭଣ୍ଡାରରୁ ୪୧ ଲକ୍ଷ ଲିଟର ଜଳ ନିଷ୍କାସନ କରିଥିବା ଜଣାପଡ଼ିବା ପରେ ରାଜେଶଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା। ଜଳ ନିଷ୍କାସନ ପାଇଁ ମୌଖିକ ନିର୍ଦ୍ଦେଶ ଦେଇଥିବା ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।
ରାଜେଶ ଗତ ରବିବାର ଛୁଟି କଟାଇବା ପାଇଁ ଖେର୍‌କଟ୍ଟା ପାରାଲକୋଟ୍‌ ଜଳଭଣ୍ଡାରକୁ ବୁଲିଯାଇଥିଲେ। ସେଲ୍‌ଫି ନେବାବେଳେ ତାଙ୍କର ୯୬ ହଜାର ଟଙ୍କା ମୂଲ୍ୟର ସାମ୍‌ସଙ୍ଗ ଏସ୍‌୨୩ ମୋବାଇଲ୍‌ ଫୋନ୍‌ ୧୫ ଫୁଟ୍‌ ଗଭୀର ଜଳଭଣ୍ଡାରରେ ଖସିପଡ଼ିଥିଲା। ଏହାକୁ ଖୋଜି ବାହାର କରିବା ନିମନ୍ତେ ଜଳଭଣ୍ଡାରରୁ ୪୧ ଲକ୍ଷ ଲିଟର ଜଳ ଶୁଖାଇଦିଆଯାଇଥିଲା, ଯାହା ୧,୫୦୦ ଏକର ଜମିକୁ ଜଳସେଚନ କରିପାରିଥାନ୍ତା। ରାଜେଶ ୪,୧୦୪ ଘନମିଟର (୪୧ ଲକ୍ଷ ଲିଟର) ଜଳ ନଷ୍ଟ କରିଥିବାରୁ ଏହାର ମୂଲ୍ୟ ବାବଦକୁ ଘନଫୁଟ ପ୍ରତି ୧୦ଟଙ୍କା ୫୦ ପଇସା ହିସାବରେ ମୋଟ ୪୩,୦୯୨ ଟଙ୍କା ପୈଠ କରିବାକୁ କୁହାଯାଇଛି। ଏହା ବ୍ୟତୀତ ବିନା ଅନୁମତିରେ ପାଣି ନିଷ୍କାସନ କରିଥିବାରୁ ତାଙ୍କ ଉପରେ ୧୦ ହଜାର ଟଙ୍କା ଜରିମାନା ଲଗାଯାଇଥିବା ଜଳସେଚନ ବିଭାଗ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri