୧୦ କେଜି ଗଞ୍ଜେଇ ସହ ଧରାପଡ଼ିଲେ ୩ ଅଭିଯୁକ୍ତ

ପାଇକମାଳ,୧।୬(ଡି.ଏନ.ଏ.): ବରବଡ଼ ଜିଲା ପଦ୍ମପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ୧୦ କେଜି ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଅବକାରୀ ଗିରଫ କରିଛି।

ବରଗଡ଼ ଅବକାରୀ ଅଧିକ୍ଷକ ଶୋଭନ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ଇନ୍ସପେକ୍ଟର ଓ ଅବକାରୀ ଥାନା ସବ୍‌ ଇନ୍ସପେକ୍ଟର ସିଦ୍ଧାନ୍ତ ପାତ୍ରଙ୍କ ନେତୃତ୍ୱରେ ପାଇକମାଳ ନିକଟରେ ଥିବା ସାଲେପଲି ଗ୍ରାମର ବୃନ୍ଦାବନ ନାୟକଙ୍କ ଘରେ ଚଢ଼ାଉ କରି ୮ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି।

ସେହିପରି ବରଗଡ଼ ମୋବାଇଲ ୟୁନିଟରେ ଚଢ଼ାଉ କରି ସାଲେପଲି ଗ୍ରାମରୁ ତାରାଚାନ୍ଦ ସାହୁ ଓ ଦୁର୍ଯୋଧନ ସେଠଙ୍କ ନିକଟରୁ ୨ କେଜି ଗଞ୍ଜେଇ ସହିତ ଚୋରା ଚାଲାଣରେ ବ୍ୟବହାର କରାଯାଉଥିବା ଏକ ବାଇକ୍‌ (ନଂ.ଓଡି୧୭ଜେଡ-୬୯୮୪ ) ଜବତ କରାଯାଇଛି । ଗିରଫ ୩ ଅଭିଯୁକ୍ତଙ୍କ ବିରୋଧରେ ଦୁଇଟି ଭିନ୍ନ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସବ୍‌ଇନ୍ସପେକ୍ଟର ପାତ୍ର ସୂଚନା ଦେଇଛନ୍ତି । ତେବେ ବିଭିନ୍ନ ନିଶା କାରବାରରେ ଲିପ୍ତ ଥିବା ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ତଥା ପୋଲିସ ଗିରଫ କରି କୋର୍ଟଚାଲାଣ କରାଯାଉଥିଲେ ମଧ୍ୟ ସେମାନେ ଅଳ୍ପ ଦିନରେ ଜେଲରୁ ବାହାରି ପୁଣି ନିଶା କାରବାରରେ ସମ୍ପୃକ୍ତ ରହୁଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri