Posted inଜାତୀୟ

କେନ୍ଦ୍ର ଅଧ୍ୟାଦେଶ ବିରୋଧରେ ଏଏପିକୁ ଷ୍ଟାଲିନ୍‌ଙ୍କ ସମର୍ଥନ

ଚେନ୍ନାଇ, ୨ା୬: ଦିଲ୍ଲୀ ସରକାରଙ୍କ ପ୍ରଶାସନିକ ସେବାକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ରାଜ୍ୟ ସଭାରେ ଗୃହୀତ କରାଇ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯାନ ଚଳାଇଛନ୍ତି। ଏହି କ୍ରମରେ ସେ ଗୁରୁବାର ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କୁ ଭେଟି ତାଙ୍କ ସମର୍ଥନ ଲୋଡ଼ିଥିଲେ। ଡିଏମ୍‌କେ ରାଜ୍ୟ ସଭାରେ ଏଏପିକୁ ସମର୍ଥନ କରିବ ବୋଲି ଷ୍ଟାଲିନ୍‌ ପ୍ରତିଶ୍ରୁତି ଦେବା ପରେ କେଜ୍‌ରିଓ୍ବାଲ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଯଦି ନିର୍ବାଚିତ ସରକାରଙ୍କର ପ୍ରଶାସନ ଉପରେ ନିୟନ୍ତ୍ରଣ ନ ରହିବ, ତେବେ ନିର୍ବାଚିତ ସରକାରଙ୍କର କିଛି ମାନେ ନାହିଁ। ପ୍ରଥମ ଥର ପାଇଁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ରାୟକୁ ଅକାମୀ କରିଦେଇଛନ୍ତି। ଏହା ଅସାମ୍ବିଧାନିକ ଓ ଅଗଣତାନ୍ତ୍ରିକ ବୋଲି ଷ୍ଟାଲିନ୍‌ଙ୍କୁ ଭେଟିବା ପରେ କେଜ୍‌ରିଓ୍ବାଲ କହିଛନ୍ତି। କେଜ୍‌ରିଓ୍ବାଲଙ୍କ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ମଧ୍ୟ ଷ୍ଟାଲିନ୍‌ଙ୍କୁ ଭେଟିଥିଲେ। କେନ୍ଦ୍ର ଆଣିଥିବା ଅଧ୍ୟାଦେଶକୁ ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଗୃହୀତ କରାଇବାକୁ ଉଦ୍ୟମ କରିବ। ରାଜ୍ୟ ସଭାରେ ଏନ୍‌ଡିଏର ୯୩ ସଦସ୍ୟ ରହିଛନ୍ତି। ଯଦି ଅଣଭାଜପା ଦଳଗୁଡ଼ିକ ଏକାଠି ହୁଅନ୍ତି, ତେବେ ସରକାରଙ୍କୁ ପରାସ୍ତ କରିପାରିବେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। କେନ୍ଦ୍ର ଅଧ୍ୟାଦେଶ ବିରୋଧରେ ସବୁ ବିରୋଧୀ ଦଳଙ୍କୁ ଏକାଠି କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଗସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri