Posted inଜାତୀୟ

କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ହେମନ୍ତ ସୋରେନଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ରାଞ୍ଚି,୨।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପରେ କେଜ୍‌ରିଓ୍ବାଲ କହିଛନ୍ତି, ସୁପ୍ରିମକୋର୍ଟ ଦିଲ୍ଲୀର ନିର୍ବାଚିତ ସରକାରଙ୍କୁ ସମସ୍ତ କ୍ଷମତା ଦେଇଥିଲେ ମଧ୍ୟ ୮ ପରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ସୁପ୍ରିମକୋର୍ଟଙ୍କ ଆଦେଶକୁ ବଦଳାଇଦେଇଛନ୍ତି। ହେଲେ ଆମେ ସମସ୍ତେ କେନ୍ଦ୍ରର ଅଧ୍ୟାଦେଶକୁ ଖାରଜ କରିପାରିବା। ଜନତା ସରକାର ଚୟନ କରିବା ପରେ ମଧ୍ୟ ଏହି ଲୋକମାନେ ସମ୍ବିଧାନର ମୌଳିକ ମୂଲ୍ୟବୋଧକୁ ଖଣ୍ଡନ କରିଛନ୍ତି। ଗଣତନ୍ତ୍ରକୁ କାର୍ଯ୍ୟକ୍ଷମ କରାଇଥିବା ଏହି ନିୟମକୁ ବିରୋଧ କରି ହେମନ୍ତ ସୋରେନ ମୋତେ ସମର୍ଥନ କରିବେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି ା ଅରବିନ୍ଦ କେଜ୍‌ରିଓ୍ବାଲ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଏଏପି ଏମ୍‌ପି ସଞ୍ଜୟ ସିଂ, ଏଏପି ଏମ୍‌ପି ରାଘବ ଚଡ୍ଡା ଏବଂ ଦିଲ୍ଲୀ ସରକାରୀ ମନ୍ତ୍ରୀ ଅତିଶୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଆଜିଠାରୁ ମହଙ୍ଗା ହେବ ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….

ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri